ଚାଷୀ ଦେଶ ଅର୍ଥନୀତିର ସଞ୍ଜୀବନୀ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସ ଜରିଆରେ ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ କାଳିଆ ଯୋଜନା ବାବଦ ସହାୟତା ପ୍ରଦାନ କରିଛନ୍ତି। ଏ ବାବଦରେ ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଯାଇଛି।
ସୂଚନାଯୋଗ୍ୟ, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ କୃଷି ଓ ଆନୁଷଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହା ଆଜି ଜାତୀୟସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ୱବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବାପରେ ପୂର୍ବବର୍ଷ ଅପେକ୍ଷା ଚାଷୀମାନଙ୍କ ଋଣଭାର ଅପେକ୍ଷାକୃତ କମିପାରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଚାଷୀ ସେମାନଙ୍କ ଉତ୍ପାଦିତ ଜିନିଷର ଉଚିତ ମୂଲ୍ୟ ପାଆନ୍ତୁ। ଚାଷୀଙ୍କ ରୋଜଗାର ବଢ଼ିବା ସହିତ ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆସୁ। ଏହାସହ ରାଜ୍ୟର ଚାଷୀ କିଭଳି ସମ୍ମାନର ସହିତ ବଞ୍ଚିବେ ତା’ର ଲକ୍ଷ୍ୟ ନେଇ ସେ କାମ କରୁଥିବା କହିଛନ୍ତି। ସେ ଆହୁରି କହିଛନ୍ତି, କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ ରାଜ୍ୟର ଚାଷୀଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି। ଚାଷୀଭାଇମାନେ ସଞ୍ଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛନ୍ତି। ସେମାନଙ୍କ ତ୍ୟାଗ ଏବଂ ପରିଶ୍ରମକୁ ପ୍ରଣାମ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏମ୍‌ଏସ୍‌ପିକୁ ଦୁଇଗୁଣା କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବି କରିଚାଲିଛନ୍ତି। ଏହାସହ କୃଷିଜାତ ଜିନିଷ ସକାଶେ ବ୍ୟବସାୟିକ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ବୋଲି ସେ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲାରେ ଉପସ୍ଥିତ ଥିବା ଚାଷୀଙ୍କ ସହିତ କାଳିଆ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ। ସୁନ୍ଦରଗଡ଼ର କୁମାରୀ ମରାଇ, ବରଗଡ଼ର ମାଣିକ ପ୍ରଧାନ, ନବରଙ୍ଗପୁରର ଘନ ପାଇକ, ନୟାଗଡ଼ର ଦାଶରଥୀ ସାହୁ ଏବଂ ମୟୂରଭଞ୍ଜର ଚାଷୀ ବିନୋଦ କିଶୋର ନାୟକ କିଭଳି କାଳିଆ ସହାୟତାରେ ଚାଷ ସାଙ୍ଗକୁ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ଲାଭବାନ ହୋଇଛନ୍ତି ତାହା କହିଥିଲେ। ଏହି ଅବସରରେ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କହିଥିଲେ, ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ୍‌ ପରିସ୍ଥିତି ସତ୍ତ୍ୱେ ଚାଷୀମାନେ ଭଲ ଫସଲ ଅମଳ କରି ଓଡ଼ିଶାକୁ ଆଗକୁ ନେଇପାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ୱ ଯୋଗୁ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହୋଇପାରିଛି ବୋଲି ସେ କହିଥିଲେ। ଏହି ଅବସରରେ ଏକ ଛୋଟ ଭିଡିଓ ପ୍ରଦର୍ଶିତ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri