ଚାଷୀ ଦେଶ ଅର୍ଥନୀତିର ସଞ୍ଜୀବନୀ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସ ଜରିଆରେ ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ କାଳିଆ ଯୋଜନା ବାବଦ ସହାୟତା ପ୍ରଦାନ କରିଛନ୍ତି। ଏ ବାବଦରେ ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଯାଇଛି।
ସୂଚନାଯୋଗ୍ୟ, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ କୃଷି ଓ ଆନୁଷଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହା ଆଜି ଜାତୀୟସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ୱବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ଯ୍ୟକାରୀ ହେବାପରେ ପୂର୍ବବର୍ଷ ଅପେକ୍ଷା ଚାଷୀମାନଙ୍କ ଋଣଭାର ଅପେକ୍ଷାକୃତ କମିପାରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ଚାଷୀ ସେମାନଙ୍କ ଉତ୍ପାଦିତ ଜିନିଷର ଉଚିତ ମୂଲ୍ୟ ପାଆନ୍ତୁ। ଚାଷୀଙ୍କ ରୋଜଗାର ବଢ଼ିବା ସହିତ ସେମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆସୁ। ଏହାସହ ରାଜ୍ୟର ଚାଷୀ କିଭଳି ସମ୍ମାନର ସହିତ ବଞ୍ଚିବେ ତା’ର ଲକ୍ଷ୍ୟ ନେଇ ସେ କାମ କରୁଥିବା କହିଛନ୍ତି। ସେ ଆହୁରି କହିଛନ୍ତି, କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ ରାଜ୍ୟର ଚାଷୀଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି। ଚାଷୀଭାଇମାନେ ସଞ୍ଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛନ୍ତି। ସେମାନଙ୍କ ତ୍ୟାଗ ଏବଂ ପରିଶ୍ରମକୁ ପ୍ରଣାମ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏମ୍‌ଏସ୍‌ପିକୁ ଦୁଇଗୁଣା କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ବାରମ୍ବାର ଦାବି କରିଚାଲିଛନ୍ତି। ଏହାସହ କୃଷିଜାତ ଜିନିଷ ସକାଶେ ବ୍ୟବସାୟିକ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ବୋଲି ସେ କହିଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲାରେ ଉପସ୍ଥିତ ଥିବା ଚାଷୀଙ୍କ ସହିତ କାଳିଆ ସହାୟତା ସମ୍ପର୍କରେ ଆଲୋଚନା କରିଥିଲେ। ସୁନ୍ଦରଗଡ଼ର କୁମାରୀ ମରାଇ, ବରଗଡ଼ର ମାଣିକ ପ୍ରଧାନ, ନବରଙ୍ଗପୁରର ଘନ ପାଇକ, ନୟାଗଡ଼ର ଦାଶରଥୀ ସାହୁ ଏବଂ ମୟୂରଭଞ୍ଜର ଚାଷୀ ବିନୋଦ କିଶୋର ନାୟକ କିଭଳି କାଳିଆ ସହାୟତାରେ ଚାଷ ସାଙ୍ଗକୁ ଛେଳିପାଳନ ଓ ଅନ୍ୟ ଆନୁଷଙ୍ଗିକ କୃଷି କାମ କରି ଲାଭବାନ ହୋଇଛନ୍ତି ତାହା କହିଥିଲେ। ଏହି ଅବସରରେ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ। କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କହିଥିଲେ, ଅନେକ ପ୍ରାକୃତିକ ବିପର୍ଯ୍ୟୟ ଓ ବର୍ତ୍ତମାନର କୋଭିଡ୍‌ ପରିସ୍ଥିତି ସତ୍ତ୍ୱେ ଚାଷୀମାନେ ଭଲ ଫସଲ ଅମଳ କରି ଓଡ଼ିଶାକୁ ଆଗକୁ ନେଇପାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ୱ ଯୋଗୁ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହୋଇପାରିଛି ବୋଲି ସେ କହିଥିଲେ। ଏହି ଅବସରରେ ଏକ ଛୋଟ ଭିଡିଓ ପ୍ରଦର୍ଶିତ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

ସରକାରଙ୍କୁ ଅଭିଜିତ ଦୀପକେଙ୍କ ବଡ଼ ଚ୍ୟାଲେଞ୍ଜ, କହିଲେ ‘ଯଦି ସରକାର… ତେବେ ଆମେ ଏହାର ମୁକାବିଲା କରିବାକୁ ପ୍ରସ୍ତୁତ’

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ ସେମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରା ନ…

ସୋହେଲା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟିହେଲା ତୀର୍ଥଯାତ୍ରୀଙ୍କ କାର୍, ୬….

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସୋହେଲା ମଧୁପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ତୀର୍ଥଯାତ୍ରାରେ ଯାଉଥିବା ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ…

ସୁନ୍ଦରଗଡ଼ ପିଏନବି ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ, ଧୂଆଁରେ ଆଚ୍ଛାଦିତ ହେଲା…

ସୁନ୍ଦରଗଡ,୫ା୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ସୋମବାର ଭୟାବହ ଅଗ୍ନିକାଣ୍ଡ ଘଟିଛି।ଖବର ପାଇ ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ…

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?