ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ ହେଉ ନ ଥିବା ଦେଖିବାର ମିଳୁଛି। ମାର୍ଶାଘାଇ ବ୍ଲକ ଏକ କୃଷି ପ୍ରବଣ ଅଞ୍ଚଳ। ୮୦ ଭାଗରୁ ଅଧିକ ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ଏ ଅଞ୍ଚଳର ଚାଷୀମାନେ ଅର୍ଥକାରୀ ଫସଲ ଭାବେ ଆଖୁ ଚାଷ କରିଥାନ୍ତି। ଲୁଣା କରାଣ୍ଡିଆ, ଚିତ୍ରୋତ୍ପଳା, ପାଇକା ଗୋବରୀ ଆଦି ନଦୀ କୁଳିଆ ଉର୍ବର ଜମିରେ ଚାଷୀ ଆଖୁ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ମାତ୍ର ସରକାରୀ ପ୍ରୋତ୍ସାହନ ଅଭାବ ତଥା କୁଇଣ୍ଟାଲ ପ୍ରତି ସର୍ବନିମ୍ନ ସହାୟକ ରାଶି ବୃଦ୍ଧି କରା ନ ଯିବାରୁ ଚାଷୀମାନେ ଏହି ଚାଷରୁ ମୁହଁ ଫେରାଇ ନେଉଥିବା ଦେଖିବାକୁ ମିଳୁଛି। ପୂର୍ବରୁ ମାର୍ଶାଘାଇ କୃଷି ଜିଲାରେ ୩ଶହ ଏକର ଜମିରେ ପ୍ରତିବର୍ଷ ଆଖୁ ଚାଷ ହେଉଥିବା ବେଳେ ଏବେ ଏହା ହ୍ରାସ ପାଇଛି। ସୁଗାର କମ୍ପାନୀକୁ ଆଖୁ ବିକିବାକୁ ସହବନ୍ଧିତ ହୋଉଥିବା ଚାଷୀମାନେ ଏ ପରିସ୍ଥିତରେ ଚାଷ ପାଇଁ ଆବଶ୍ୟକ ସାମଗ୍ରୀ ସାର, କୀଟନାଶକର ମୂଲ୍ୟ ବୃଦ୍ଧି ସାଙ୍ଗକୁ ଆଖୁ କାଟିବା ଓ ଗାଡ଼ି ବୋଝେଇ କରିବା ମଜୁରୀ ବୃଦ୍ଧି କାରଣରୁ ଚାଷୀ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଖୁ ଚାଷ ପାଇଁ କମ୍ପାନୀ ପକ୍ଷରୁ ଚାଷୀଙ୍କୁ ଦିଆଯାଉଥିବା ଆର୍ଥିକ ସହାୟତା ବଦଳରେ କମ୍ପାନୀ ସେମାନଙ୍କଠାରୁ ଉଚ୍ଚ ହାରରେ ସୁଧ ଅସୁଲ କରୁଥିବା କେତେଜଣ ଚାଷୀ ନାମ ଗୋପନ ସର୍ତ୍ତରେ କହିଛନ୍ତି।
ସରକାରୀ ସ୍ତରରେ ଆଖୁର ଟନ ପ୍ରତି ମୂଲ୍ୟ ୨ଶହ ଟଙ୍କା ବୃଦ୍ଧି କରାଯାଇଥିଲେ ମଧ୍ୟ ତାହା ଅନ୍ୟ ରାଜ୍ୟ ତୁଳନାରେ ନଗଣ୍ୟ। ଆଖୁ ଚାଷ ନିମନ୍ତେ ସରକାରଙ୍କ ପକ୍ଷରୁ ପ୍ରୋତ୍ସାହନ ସହ ନୂଆ ସହାୟକ ମୂଲ୍ୟ ୩ ହଜାର ୫ ଶହ ଟଙ୍କା ବୃଦ୍ଧି କରିବାକୁ ସ୍ଥାନୀୟ ଅଞ୍ଚଳ ଚାଷୀ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି। ଏ ସମ୍ପର୍କରେ ମାର୍ଶାଘାଇ ଅତିରିକ୍ତ କୃଷି ଅଧିକାରୀ ପ୍ରଦୀପ୍ତ ଘୋଷଙ୍କୁ ପଚାରିବାରେ ସରକାରଙ୍କ ସୀମିତ ପ୍ରୋତ୍ସାହନ ରାଶି ବ୍ୟବସ୍ଥା ରହିଛି। ଫଳରେ ଆଖୁ ଚାଷ କରୁଥିବା ସମସ୍ତ ଚାଷୀଙ୍କୁ ସହାୟତା ପ୍ରଦାନରେ କିଛି ଟା ସମସ୍ୟା ହେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri