ଧାନ କିଣାଯାଉ ନ ଥିବାରୁ ଚାଷୀ ଅସନ୍ତୁଷ୍ଟ

ବଇଣ୍ଡା,୧୦।୨(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ସେବା ସମବାୟ ସମିତି ଜରିଆରେ ଚାଷୀଙ୍କଠାରୁ ମିଲର ଧାନ କିଣୁନାହାନ୍ତି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଗୁରୁବାର କେତେଜଣ ଚାଷୀ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ଏହାର ଏକ ନକଲ ଜିଲା ଯୋଗାଣ ଅଧିକାରୀ, ଆଠମଲ୍ଲିକ ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ଚାଷୀମାନେ କହିଛନ୍ତି, ପାଇକସାହି ସୋସାଇଟିରେ ସାପଘରା, ପାଇକସାହି, ଟାପଢୋଲ ଆଦି ପଞ୍ଚାୟତର ୪୦୩ ଚାଷୀ ଧାନକୁ ବିକ୍ରି ପାଇଁ ନାମ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୩୫ ଜଣ ଧାନ ବିକ୍ରି କରିଥିବାବେଳେ ୧୬୮ ଚାଷୀ ଧାନ ବିକ୍ରି କରି ନ ପାରି ସୋସାଇଟିରେ ଗଚ୍ଛିତ ରଖିଛନ୍ତି। କିନ୍ତୁ ମିଲର କିମ୍ବା ଯୋଗାଣ ଅଧିକାରୀଙ୍କ ଦେଖା ମିଳୁ ନ ଥିବା ଯୋଗୁ ଅସନ୍ତୋଷ ଦେଖାଯାଇଛି। ତୁରନ୍ତ ଧାନ କିଣା ନ ହେଲେ ଆଗାମୀଦିନରେ ଆନ୍ଦୋଳନ କରାଯିବ ବୋଲି ଚାଷୀ ବିପିନୀ ପ୍ରଧାନ, ସତ୍ୟାନନ୍ଦ ପ୍ରଧାନ, ଯୋଗେଶ୍ୱର ନାୟକ, ଦୀନବନ୍ଧୁ ନାୟକ, ବିବେକା ପ୍ରଧାନ, କରୁଣା ପ୍ରଧାନ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ଉପଖଣ୍ଡ ଯୋଗାଣ ଅଧିକାରୀ ଶିବାଶିଷ ଜେନା କୁହନ୍ତି, ଧାନ କିଣିବା ପାଇଁ ସରକାରଙ୍କୁ ଅବଗତ କରାଯାଇଛି। ଖୁବଶୀଘ୍ର ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri