ମଞ୍ଚା କରି ରାତିରେ ଫସଲ ଜଗୁଛନ୍ତି ଚାଷୀ

ମହାକାଳପଡ଼ା,୨୬ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଜଙ୍ଗଲି ବାର୍‌ହା ଉପଦ୍ରବ ଦେଖାଦେଇଛି। ବାର୍‌ହାମାନେ ଚାଷୀମାନଙ୍କ ଆଖିରୁ ନିଦ ହଜାଇ ଦେଇଛନ୍ତି। ପାଚିଲା ଧାନ ଫସଲ ଖାଇବାକୁ ବାର୍‌ହା ଗାଁ ମୁହାଁ ହେଉଛନ୍ତି ବୋଲି ଚାଷୀମାନେ କହିଛନ୍ତି। ସ୍ଥାନୀୟ ଚାଷୀ ବର୍ଷକର ଧାନ ଫସଲ ସୁରକ୍ଷା ପାଇଁ ଚାଷ ଜମିରେ ବାଉଁଶ, ପଲିଥିନରେ ମଞ୍ଚା ନିର୍ମାଣ କରି ରାତି ସାରା ଉଜାଗର ରହି ଜଗିବାକୁ ପଡୁଛି। ବାର୍‌ହା ଉପଦ୍ରବ ଯୋଗୁଁ ଧାନ ଫସଲ ନଷ୍ଟ ହେଉଛି। ଫସଲ ଖାଇବା ସହ ଅଧିକ ଧାନ ଦଳି ନଷ୍ଟ କରୁଥିବା ଅଭିଯୋଗ ହେଉଛି। ରାତିରେ ଚାଷୀମାନେ ନିଆଁ ହୁଳା, ବାଣ ଫୁଟାଇବା ଓ ଟିଣ ବଜାଇ ବାର୍‌ହାକୁ ଘଉଡ଼ାଇବାକୁ ପଡୁଛି। ବନ ବିଭାଗ କ୍ଷତିଗ୍ରସ୍ତ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବ୍ଲକର ଜମ୍ବୁ ପଞ୍ଚାୟତର ୧୪ ଓ ୧୫ ନଂ. ୱାର୍ଡ଼ର ନିକଟ ଝାଉଁ ଓ ଲୁଣା ଜଙ୍ଗଲ ସଂଲଗ୍ନ ଭୂତବେଲାରି ନିକଟ ଚାଷ ଜମିରେ। ବାର୍‌ହାଙ୍କ କବଳରୁ ଧାନ ଫସଲକୁ ନଷ୍ଟ ହେବାରୁ ରକ୍ଷା ପାଇଁ ଚାଷୀମାନେ ମଞ୍ଚା ବାନ୍ଧିଛନ୍ତି। ନନି ମଣ୍ଡଳ, ବିଭୀଷଣ ସିକଦାର, ରାଜୁ ଆଗୁଆନଙ୍କ ସମେତ ବହୁ ଚାଷୀ ଏହି ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜମ୍ବୁ ବନ ବିଭାଗ ରେଞ୍ଜର ସାହଜୀ ଚରଣ ବିଶ୍ୱାଳଙ୍କୁ ପଚାରିବାରେ ଚାଷୀଙ୍କ ସମସ୍ୟାକୁ ନେଇ ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri