ମଞ୍ଚା କରି ରାତିରେ ଫସଲ ଜଗୁଛନ୍ତି ଚାଷୀ

ମହାକାଳପଡ଼ା,୨୬ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଜଙ୍ଗଲି ବାର୍‌ହା ଉପଦ୍ରବ ଦେଖାଦେଇଛି। ବାର୍‌ହାମାନେ ଚାଷୀମାନଙ୍କ ଆଖିରୁ ନିଦ ହଜାଇ ଦେଇଛନ୍ତି। ପାଚିଲା ଧାନ ଫସଲ ଖାଇବାକୁ ବାର୍‌ହା ଗାଁ ମୁହାଁ ହେଉଛନ୍ତି ବୋଲି ଚାଷୀମାନେ କହିଛନ୍ତି। ସ୍ଥାନୀୟ ଚାଷୀ ବର୍ଷକର ଧାନ ଫସଲ ସୁରକ୍ଷା ପାଇଁ ଚାଷ ଜମିରେ ବାଉଁଶ, ପଲିଥିନରେ ମଞ୍ଚା ନିର୍ମାଣ କରି ରାତି ସାରା ଉଜାଗର ରହି ଜଗିବାକୁ ପଡୁଛି। ବାର୍‌ହା ଉପଦ୍ରବ ଯୋଗୁଁ ଧାନ ଫସଲ ନଷ୍ଟ ହେଉଛି। ଫସଲ ଖାଇବା ସହ ଅଧିକ ଧାନ ଦଳି ନଷ୍ଟ କରୁଥିବା ଅଭିଯୋଗ ହେଉଛି। ରାତିରେ ଚାଷୀମାନେ ନିଆଁ ହୁଳା, ବାଣ ଫୁଟାଇବା ଓ ଟିଣ ବଜାଇ ବାର୍‌ହାକୁ ଘଉଡ଼ାଇବାକୁ ପଡୁଛି। ବନ ବିଭାଗ କ୍ଷତିଗ୍ରସ୍ତ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବ୍ଲକର ଜମ୍ବୁ ପଞ୍ଚାୟତର ୧୪ ଓ ୧୫ ନଂ. ୱାର୍ଡ଼ର ନିକଟ ଝାଉଁ ଓ ଲୁଣା ଜଙ୍ଗଲ ସଂଲଗ୍ନ ଭୂତବେଲାରି ନିକଟ ଚାଷ ଜମିରେ। ବାର୍‌ହାଙ୍କ କବଳରୁ ଧାନ ଫସଲକୁ ନଷ୍ଟ ହେବାରୁ ରକ୍ଷା ପାଇଁ ଚାଷୀମାନେ ମଞ୍ଚା ବାନ୍ଧିଛନ୍ତି। ନନି ମଣ୍ଡଳ, ବିଭୀଷଣ ସିକଦାର, ରାଜୁ ଆଗୁଆନଙ୍କ ସମେତ ବହୁ ଚାଷୀ ଏହି ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜମ୍ବୁ ବନ ବିଭାଗ ରେଞ୍ଜର ସାହଜୀ ଚରଣ ବିଶ୍ୱାଳଙ୍କୁ ପଚାରିବାରେ ଚାଷୀଙ୍କ ସମସ୍ୟାକୁ ନେଇ ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri