ଚାଷୀଙ୍କୁ କ୍ଷତିପୂରଣ ପାଇଁ ରାଜରାସ୍ତାକୁ ଓହ୍ଲାଇଲା ଚାଷୀ ସଙ୍ଗଠନ

ଛତ୍ରପୁର,୧୦ା୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଅଦିନିଆ ବର୍ଷାରେ ଗଞ୍ଜାମ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏନେଇ ଚାଷୀଙ୍କୁ କ୍ଷତିପୂରଣ ସହ ବିଭିନ୍ନ ସମସ୍ୟାର ସମାଧାନ ନେଇ ଅଖିଳ ଭାରତ କୃଷକ ସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।

ଲଘୁଚାପ ଜନିତ ଲଗାଣ ବର୍ଷା ଜିଲାର ଚାଷୀଙ୍କ ଆର୍ଥକ ମେରୁଦଣ୍ଡ ଦୋହଲାଇ ଦେଇଛି। ଧାନ, ପନିପରିବା ଓ ରବି ଚାଷ ଉଜୁଡ଼ି ଯାଇଛି। ଫସଲ କ୍ଷତିର ସଠିକ ଆକଳନ ସହ କ୍ଷତିପୂରଣ ଓ ଭାଗଚାଷୀଙ୍କୁ କ୍ଷତିପୂରଣ, ଚାଷୀ ଓ ଭାଗ ଚାଷୀଙ୍କ ପାଇଁ ଏକର ପିଚ୍ଛା ଘୋଷିତ ସହାୟତା ସହ ଇନ୍‌ପୁଟ ସବ୍‌ସିଡି, ବୀମାଭୁକ୍ତ ଚାଷୀଙ୍କୁ ପୁନଃ ସୁଯୋଗ ଦେବା, ଧାନର ମାନଦଣ୍ଡ କୋହଳ କରିବା ଆଦି ଦାବି ରହିଛି। ଜିଲା ସମ୍ପାଦକ ରାଜୀବ ଲୋଚନ ପଣ୍ଡା, ସଭାପତି ଶ୍ରୀହର୍ଷ ରଥ, ସାଙ୍ଗଠନିକ ସମ୍ପାଦକ ନୀଳକଣ୍ଠ ଦାଶ, କାର୍ଯ୍ୟକାରୀ ସଭାପତି ରଙ୍କନାଥ ସ୍ବାଇଁ, ଉପସଭାପତି ଶରତ ଚନ୍ଦ୍ର ପଟ୍ଟନାୟକ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ ।

ସେହିପରି କୃଷି ଋଣ ଛାଡ଼, ମଣ୍ଡି ଖୋଲି ସମସ୍ତ ଚାଷୀଙ୍କ ଧାନ କ୍ରୟ ସହିତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଗଞ୍ଜାମ ଜିଲା କିଷାନ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏ୍‌ଥିସହ ଏକ ଦାବି ପତ୍ର ଜିଲାପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ଓଡିଶା ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ, ଭାଗିରଥି ବେହେରା, ଭୋକାଲି ସେଠି, ଡି. ରାମସ୍ବାମୀ ରେଡ୍ଡୀ ଓ ଗଣପତି ବାରିକଙ୍କ ସମେତ ବହୁ ଚାଷୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା…

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହଁନ୍ତି; ଏହି ଖେଳାଳି ବି ପ୍ରଥମ ଥର ପାଇଁ ଭାରତର ଟି-୨୦ ଦଳରେ ସ୍ଥାନ ପାଇଛନ୍ତି

ନୂଆଦିଲ୍ଲୀ,୬।୬: ବୈଭବ ସୂର୍ଯ୍ୟବଂଶୀଙ୍କୁ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜ ପାଇଁ ଚୟନ କରାଯାଇଛି। ଶନିବାର ବିସିସିଆଇ ଏହି ଦୁଇଟି ସିରିଜ ଏବଂ ଏସୀୟ କ୍ରୀଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri