ବୁଣା ଧାନ ଗଜାମରୁଡ଼ି ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା, ୪ା୭ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ବର୍ଷା ଆସିଥିବା ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି। ମାତ୍ର ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଆଦୌ ଜଣାପଡ଼ିନାହିଁ। ଗତ ମେ ଓ ଜୁନ୍‌ ମାସରେ ହୋଇଥିବା ସାମାନ୍ୟ ବର୍ଷାରେ ଚାଷୀ ଖରିଫ ଧାନ ଚାଷ ଆରମ୍ଭ କରିଥିବା ବେଳେ ଜୁଲାଇ ୩ ସୁଦ୍ଧା ଜିଲାର ୯ ବ୍ଲକ ଅଞ୍ଚଳରେ ୧୧୪୮ ମି.ମି. ବର୍ଷା ହୋଇଛି। ଅପରପକ୍ଷରେ ୨୦୨୧ରେ ଏହି ସମୟରେ ୬୧୬୮ ମି.ମି. ବର୍ଷା ହୋଇଥିଲା। ଫଳରେ କ୍ଷେତ ଶୁଖିଲା ପଡ଼ିଛି। ସେହିପରି କେନାଲରେ ପାଣି ଆସି ନ ଥିବାରୁ ଲଘୁଚାପ ବା ମୌସୁମୀ ବର୍ଷା ପାଇଁ ଚାଷୀ ଆକାଶକୁ ଚାହୁଁଛନ୍ତି। ଚାଷ ପାଇଁ ବିଭିନ୍ନ ସ୍ଥାନରୁ ଋଣ ଆଣି ଧାନ ବୁଣିଥିଲେ। ଏବେ ଏହା ଗଜା ମରୁଡ଼ି ହେବ ବୋଲି ଚାଷୀ ଆଶଙ୍କା କରୁଛନ୍ତି। ଜଳସେଚନ ବିଭାଗର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ କେନାଲକୁ ପାଣି ଛଡ଼ାଯାଉନାହିଁ। ତୁରନ୍ତ କେନାଲରେ ପାଣି ଛାଡ଼ିବାକୁ ସ୍ଥାନୀୟ ଅଞ୍ଚଳର ଚାଷୀ ଦାବି କରିଛନ୍ତି। କୃଷି ବିଭାଗ ତଥ୍ୟ ଅନୁଯାୟୀ, ଜିଲାର ସମୁଦାୟ ଜଳସେଚିତ ୬୫,୦୩୨ ହେକ୍ଟର ଜମି ମଧ୍ୟରୁ ୪୫,୯୧୪ ହେକ୍ଟର ଜମି କେନାଲ ମାଧ୍ୟମରେ ଜଳସେଚନ ହୋଇଥାଏ। ମହାନଦୀ ନର୍ଥ ଡିଭିଜନ ଅନ୍ତର୍ଗତ ଡେରାବିଶ ବ୍ଲକର ୨୯୬୧ ହେକ୍ଟର, ମାର୍ଶାଘାଇର ୧୦୫୫ ହେକ୍ଟର ଓ ଗରଦପୁର ବ୍ଲକର ୧୦୪୯ ହେକ୍ଟର ଜମି କେନାଲ ମାଧ୍ୟମରେ ଜଳସେଚିତ ହୋଇଥାଏ। ସେହିପରି କେନ୍ଦ୍ରାପଡ଼ା ଡିଭିଜନ ଅନ୍ତର୍ଗତ କେନ୍ଦ୍ରାପଡ଼ାର ୧୬,୩୫୭ ହେକ୍ଟର, ଡେରାବିଶର ୭୮୪୦ ହେକ୍ଟର, ମାର୍ଶାଘାଇର ୩୪୦୯ ହେକ୍ଟର, ମହାକାଳପଡ଼ାର ୩୦୦୭ ହେକ୍ଟର ଓ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ୧୧,୦୪୯ ହେକ୍ଟର ଜମିକୁ କେନାଲ ମାଧ୍ୟମରେ ପାଣି ଯୋଗାଇ ଦିଆଯାଏ। ଅପରପକ୍ଷରେ ଆଳି, ରାଜନଗର ଓ ରାଜକନିକା ବ୍ଲକ ଅଞ୍ଚଳ ସହ ଅନ୍ୟ ବ୍ଲକ ଅଞ୍ଚଳର ଚାଷୀ ଉଠା ଜଳସେଚନ ଓ ବର୍ଷା ଉପରେ ନିର୍ଭର କରିଥାନ୍ତି। ଜିଲା ଜରୁରିକାଳୀନ ବିଭାଗ ତଥ୍ୟ ଅନୁଯାୟୀ ୨୦୨୧ ମେ ମାସରେ ହାରାହାରି ୪୩୬.୨୨ ମି.ମି., ଜୁନ୍‌ରେ ୨୪୯.୧୧ ମି.ମି. ପରିମାଣର ବର୍ଷା ହୋଇଥିଲା। ୨୦୨୨ରେ ସ୍ବଳ୍ପ ପରିମାଣର ବର୍ଷ ହୋଇଥିଲା। ଏହି ତୁଳନାରେ ଚଳିତବର୍ଷ ମେ ମାସରେ ହାରାହାରି ମାତ୍ର ୪୪.୫୭ ମି.ମି. ଓ ଜୁନ୍‌ରେ ୮୨.୯୪ମି.ମି ବର୍ଷା ହୋଇଛି, ଯାହା ଚାଷ ପାଇଁ ଉପଯୁକ୍ତ ପରିମାଣର ବର୍ଷା ନୁହେଁ।
କେନ୍ଦ୍ରାପଡ଼ା ବ୍ଲକ ଦେପୁରା ଗ୍ରାମର ଚାଷୀ ଜଗଦୀଶ ପତି କହିଛନ୍ତି, ରୁଆ ଧାନ ଥୁଆ କୁହାଯାଏ। କେନାଲ ପାଖାପାଖି ଜମିରେ ତଳି ପକାଯାଇ ଧାନ ଗଛ ରୁଆଯାଏ। ସହଳ କିସମ ଧାନର ଗଛ ପାଇଁ ସମୟସୀମା ଅଛି। ଜୁଲାଇ ମାସ ଆରମ୍ଭରୁ ଧାନ ତଳି ପକାଇଲେ ଶତ ପତିଶତ ଗଛ ହେଉଥିବା ବେଳେ ମାସର ଶେଷକୁ ତଳି ପକାଇଲେ ପ୍ରାୟ ୬୦ ପ୍ରତିଶତ ଗଛ ମିଳିବ। ତେବେ ଜିଲା ଜଳ ସମ୍ପଦ ବିଭାଗ ଏଥିନେଇ ସଚେତନ ନୁହନ୍ତି। ଉପଯୁକ୍ତ ସମୟରେ କେନାଲରେ ପାଣି ଛାଡ଼ିବା ପାଇଁ ସେମାନେ ତପତ୍ରତା ଦେଖାଉନାହାନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ ସୁଫଳ ମିଳୁନାହିଁ। ଡେରାବିଶ ବ୍ଲକ କୋଶିଦା ଗ୍ରାମର ଚାଷୀ କେଶବ ଚନ୍ଦ୍ର ସାମଲ ପ୍ରଶାସନର ଏପରି ଖାମଖିଆଲି ନୀତିକୁ ସମାଲୋଚନା କରିଛନ୍ତି। ଅକ୍ଷୟ ତୃତୀୟାଠାରୁ ଚାଷୀ ଜିଲାରେ ଖରିଫ ଧାନ ଚାଷ ପାଇଁ କ୍ଷେତରେ ବିହନ ବୁଣି ଏବେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାନ୍ତେ। ବର୍ଷାକୁ ଦେଖି ଧାନ ବୁଣାବୁଣି ହୁଏ। ଚଳିତବର୍ଷ ଆବଶ୍ୟକ ବର୍ଷା ନ ହେବାରୁ ବୁଣା ଧାନ ଗଜା ମରୁଡ଼ି ଅବସ୍ଥାକୁ ଆସିଯାଇଛି। ଋଣକରି ଚାଷ କରିଥିବା ବେଳେ ଧାନ ନ ହେଲେ ଋଣ ଶୁଝିବା କଷ୍ଟକର ହେବ। କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ରାଜ୍ୟର ଦ୍ୱିତୀୟ ଜଳପଥ ଏହି ଜିଲାରେ ଅଛି। ୭ ନଦୀ, ୨୭ ଶାଖା କେନାଲ ସହ ବୃହତ୍‌ କେନାଲ ଅଛି। ଏହା ସତ୍ତ୍ୱେ ଜଳ ପରିଚାଳନା କୃଷି ପାଇଁ ବାଧକ ହୋଇଛି। ଜଳସେଚନ ପାଇଁ ଚାଷକୁ ଜଳ ମିଳୁ ନ ଥିବା ବେଳେ ବନ୍ୟା ଓ ଅତ୍ୟଧିକ ବର୍ଷା ସମୟରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ସମସ୍ୟା ଅଛି। କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାରେ ୭ ନଦୀର ସଂଯୋଗୀକରଣ ସହ ବିଭିନ୍ନ ସ୍ଥାନରେ କ୍ରିକ୍‌ ବନ୍ଧ ନିର୍ମାଣର ଆବଶ୍ୟକତା ଅଛି। କେନାଲର ପୁନରୁଦ୍ଧାର ନାମରେ ଘାସ ଚାଞ୍ଚତ୍ ଅର୍ଥ ହଡ଼ପ କରାଯାଉଛି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ କହିଛନ୍ତି, ଆସନ୍ତା ୧୫ ତାରିଖ ସୁଦ୍ଧା କେନାଲରେ ପାଣି ଛଡ଼ାଯିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନଚାଷ ପାଇଁ କେନାଲ ପାଣି ବାଧକକୁ ସେ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri