Odisha Elections 2024

ବୁଣା ଧାନ ଗଜାମରୁଡ଼ି ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା, ୪ା୭ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ବର୍ଷା ଆସିଥିବା ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି। ମାତ୍ର ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ଏହାର ପ୍ରଭାବ ଆଦୌ ଜଣାପଡ଼ିନାହିଁ। ଗତ ମେ ଓ ଜୁନ୍‌ ମାସରେ ହୋଇଥିବା ସାମାନ୍ୟ ବର୍ଷାରେ ଚାଷୀ ଖରିଫ ଧାନ ଚାଷ ଆରମ୍ଭ କରିଥିବା ବେଳେ ଜୁଲାଇ ୩ ସୁଦ୍ଧା ଜିଲାର ୯ ବ୍ଲକ ଅଞ୍ଚଳରେ ୧୧୪୮ ମି.ମି. ବର୍ଷା ହୋଇଛି। ଅପରପକ୍ଷରେ ୨୦୨୧ରେ ଏହି ସମୟରେ ୬୧୬୮ ମି.ମି. ବର୍ଷା ହୋଇଥିଲା। ଫଳରେ କ୍ଷେତ ଶୁଖିଲା ପଡ଼ିଛି। ସେହିପରି କେନାଲରେ ପାଣି ଆସି ନ ଥିବାରୁ ଲଘୁଚାପ ବା ମୌସୁମୀ ବର୍ଷା ପାଇଁ ଚାଷୀ ଆକାଶକୁ ଚାହୁଁଛନ୍ତି। ଚାଷ ପାଇଁ ବିଭିନ୍ନ ସ୍ଥାନରୁ ଋଣ ଆଣି ଧାନ ବୁଣିଥିଲେ। ଏବେ ଏହା ଗଜା ମରୁଡ଼ି ହେବ ବୋଲି ଚାଷୀ ଆଶଙ୍କା କରୁଛନ୍ତି। ଜଳସେଚନ ବିଭାଗର ଦୃଷ୍ଟି ଆକର୍ଷଣ ସତ୍ତ୍ୱେ କେନାଲକୁ ପାଣି ଛଡ଼ାଯାଉନାହିଁ। ତୁରନ୍ତ କେନାଲରେ ପାଣି ଛାଡ଼ିବାକୁ ସ୍ଥାନୀୟ ଅଞ୍ଚଳର ଚାଷୀ ଦାବି କରିଛନ୍ତି। କୃଷି ବିଭାଗ ତଥ୍ୟ ଅନୁଯାୟୀ, ଜିଲାର ସମୁଦାୟ ଜଳସେଚିତ ୬୫,୦୩୨ ହେକ୍ଟର ଜମି ମଧ୍ୟରୁ ୪୫,୯୧୪ ହେକ୍ଟର ଜମି କେନାଲ ମାଧ୍ୟମରେ ଜଳସେଚନ ହୋଇଥାଏ। ମହାନଦୀ ନର୍ଥ ଡିଭିଜନ ଅନ୍ତର୍ଗତ ଡେରାବିଶ ବ୍ଲକର ୨୯୬୧ ହେକ୍ଟର, ମାର୍ଶାଘାଇର ୧୦୫୫ ହେକ୍ଟର ଓ ଗରଦପୁର ବ୍ଲକର ୧୦୪୯ ହେକ୍ଟର ଜମି କେନାଲ ମାଧ୍ୟମରେ ଜଳସେଚିତ ହୋଇଥାଏ। ସେହିପରି କେନ୍ଦ୍ରାପଡ଼ା ଡିଭିଜନ ଅନ୍ତର୍ଗତ କେନ୍ଦ୍ରାପଡ଼ାର ୧୬,୩୫୭ ହେକ୍ଟର, ଡେରାବିଶର ୭୮୪୦ ହେକ୍ଟର, ମାର୍ଶାଘାଇର ୩୪୦୯ ହେକ୍ଟର, ମହାକାଳପଡ଼ାର ୩୦୦୭ ହେକ୍ଟର ଓ ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ୧୧,୦୪୯ ହେକ୍ଟର ଜମିକୁ କେନାଲ ମାଧ୍ୟମରେ ପାଣି ଯୋଗାଇ ଦିଆଯାଏ। ଅପରପକ୍ଷରେ ଆଳି, ରାଜନଗର ଓ ରାଜକନିକା ବ୍ଲକ ଅଞ୍ଚଳ ସହ ଅନ୍ୟ ବ୍ଲକ ଅଞ୍ଚଳର ଚାଷୀ ଉଠା ଜଳସେଚନ ଓ ବର୍ଷା ଉପରେ ନିର୍ଭର କରିଥାନ୍ତି। ଜିଲା ଜରୁରିକାଳୀନ ବିଭାଗ ତଥ୍ୟ ଅନୁଯାୟୀ ୨୦୨୧ ମେ ମାସରେ ହାରାହାରି ୪୩୬.୨୨ ମି.ମି., ଜୁନ୍‌ରେ ୨୪୯.୧୧ ମି.ମି. ପରିମାଣର ବର୍ଷା ହୋଇଥିଲା। ୨୦୨୨ରେ ସ୍ବଳ୍ପ ପରିମାଣର ବର୍ଷ ହୋଇଥିଲା। ଏହି ତୁଳନାରେ ଚଳିତବର୍ଷ ମେ ମାସରେ ହାରାହାରି ମାତ୍ର ୪୪.୫୭ ମି.ମି. ଓ ଜୁନ୍‌ରେ ୮୨.୯୪ମି.ମି ବର୍ଷା ହୋଇଛି, ଯାହା ଚାଷ ପାଇଁ ଉପଯୁକ୍ତ ପରିମାଣର ବର୍ଷା ନୁହେଁ।
କେନ୍ଦ୍ରାପଡ଼ା ବ୍ଲକ ଦେପୁରା ଗ୍ରାମର ଚାଷୀ ଜଗଦୀଶ ପତି କହିଛନ୍ତି, ରୁଆ ଧାନ ଥୁଆ କୁହାଯାଏ। କେନାଲ ପାଖାପାଖି ଜମିରେ ତଳି ପକାଯାଇ ଧାନ ଗଛ ରୁଆଯାଏ। ସହଳ କିସମ ଧାନର ଗଛ ପାଇଁ ସମୟସୀମା ଅଛି। ଜୁଲାଇ ମାସ ଆରମ୍ଭରୁ ଧାନ ତଳି ପକାଇଲେ ଶତ ପତିଶତ ଗଛ ହେଉଥିବା ବେଳେ ମାସର ଶେଷକୁ ତଳି ପକାଇଲେ ପ୍ରାୟ ୬୦ ପ୍ରତିଶତ ଗଛ ମିଳିବ। ତେବେ ଜିଲା ଜଳ ସମ୍ପଦ ବିଭାଗ ଏଥିନେଇ ସଚେତନ ନୁହନ୍ତି। ଉପଯୁକ୍ତ ସମୟରେ କେନାଲରେ ପାଣି ଛାଡ଼ିବା ପାଇଁ ସେମାନେ ତପତ୍ରତା ଦେଖାଉନାହାନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କୁ ଜଣାଇଲେ ମଧ୍ୟ ସୁଫଳ ମିଳୁନାହିଁ। ଡେରାବିଶ ବ୍ଲକ କୋଶିଦା ଗ୍ରାମର ଚାଷୀ କେଶବ ଚନ୍ଦ୍ର ସାମଲ ପ୍ରଶାସନର ଏପରି ଖାମଖିଆଲି ନୀତିକୁ ସମାଲୋଚନା କରିଛନ୍ତି। ଅକ୍ଷୟ ତୃତୀୟାଠାରୁ ଚାଷୀ ଜିଲାରେ ଖରିଫ ଧାନ ଚାଷ ପାଇଁ କ୍ଷେତରେ ବିହନ ବୁଣି ଏବେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାନ୍ତେ। ବର୍ଷାକୁ ଦେଖି ଧାନ ବୁଣାବୁଣି ହୁଏ। ଚଳିତବର୍ଷ ଆବଶ୍ୟକ ବର୍ଷା ନ ହେବାରୁ ବୁଣା ଧାନ ଗଜା ମରୁଡ଼ି ଅବସ୍ଥାକୁ ଆସିଯାଇଛି। ଋଣକରି ଚାଷ କରିଥିବା ବେଳେ ଧାନ ନ ହେଲେ ଋଣ ଶୁଝିବା କଷ୍ଟକର ହେବ। କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ରାଜ୍ୟର ଦ୍ୱିତୀୟ ଜଳପଥ ଏହି ଜିଲାରେ ଅଛି। ୭ ନଦୀ, ୨୭ ଶାଖା କେନାଲ ସହ ବୃହତ୍‌ କେନାଲ ଅଛି। ଏହା ସତ୍ତ୍ୱେ ଜଳ ପରିଚାଳନା କୃଷି ପାଇଁ ବାଧକ ହୋଇଛି। ଜଳସେଚନ ପାଇଁ ଚାଷକୁ ଜଳ ମିଳୁ ନ ଥିବା ବେଳେ ବନ୍ୟା ଓ ଅତ୍ୟଧିକ ବର୍ଷା ସମୟରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ସମସ୍ୟା ଅଛି। କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାରେ ୭ ନଦୀର ସଂଯୋଗୀକରଣ ସହ ବିଭିନ୍ନ ସ୍ଥାନରେ କ୍ରିକ୍‌ ବନ୍ଧ ନିର୍ମାଣର ଆବଶ୍ୟକତା ଅଛି। କେନାଲର ପୁନରୁଦ୍ଧାର ନାମରେ ଘାସ ଚାଞ୍ଚତ୍ ଅର୍ଥ ହଡ଼ପ କରାଯାଉଛି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ କହିଛନ୍ତି, ଆସନ୍ତା ୧୫ ତାରିଖ ସୁଦ୍ଧା କେନାଲରେ ପାଣି ଛଡ଼ାଯିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନଚାଷ ପାଇଁ କେନାଲ ପାଣି ବାଧକକୁ ସେ ଅସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri