ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଲା ବନ୍ୟା

ବରୀ,୧୧।୯ (ଡି.ଏନ୍‌.ଏ.): ଚଳିତ ବନ୍ୟାରେ ବରୀ ବ୍ଲକ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ହଜାର ହଜାର ହେକ୍ଟର ଚାଷ ଉଜୁଡ଼ି ଯାଇଥିବା ବେଳେଅନେକ ଲୋକଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନେ ବାସହରା ହୋଇଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁ ଅମଳକ୍ଷମ ଶାରଦ ଓ ବଅଳି ଧାନ ବିଲରେ ୧୫ ଦିନରୁ ଊର୍ଦ୍ଧ୍ୱ ସମୟ ଧରି ପାଣି ଜମି ରହିବା ଫଳରେ ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବ୍ଲକ ଅଞ୍ଚଳରେ ପ୍ରାୟ ୧୨ ହଜାର ହେକ୍ଟର ଫସଲ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ବ୍ଲକ ଅଞ୍ଚଳର ବହୁ ଲୋକ ଚାଷ କରି ପରିବାର ପ୍ରତିପୋଷଣ କରୁଥିବା ବେଳେ ଆଖୁ, ପନିପରିବା, ଧାନ ଓ ପାନ ବରଜ ଉଜୁଡ଼ି ଯିବା ଯୋଗୁ ଶତାଧିକ ଚାଷୀ ପରିବାର ହତାଶ ହୋଇପଡ଼ିଛନ୍ତି।
ବ୍ରାହ୍ମଣୀ, ଖରସ୍ରୋତା ଓ ଦୁଧେଇ ନଦୀରେ ୧୦ଟି ଘାଇ ଦେଇ ପ୍ରବାହିତ ବନ୍ୟା ଜଳ ବ୍ଲକର ଶୁକଳ-ମହାକାଳପଡ଼ା, ଗୋଳକୁଣ୍ଡ-ଇନ୍ଦୁପୁର, ଗୋଳକୁଣ୍ଡ-ରତ୍ନଗିରି, ବରୀ-ବାଲିବିଲି, ବଣବାବାଜି-କାଇପଡ଼ା ଓ ବରୀ-କଳାମାଟିଆ ପୂର୍ତ୍ତ ବିଭାଗ ରାସ୍ତା ଭାଙ୍ଗିଯାଇଛି। ଫଳରେ ବନ୍ୟା ପ୍ରଭାବିତଙ୍କ ପାଇଁ ରିଲିଫ୍‌ ପହଞ୍ଚତ୍ବାରେ ବାଧା ଉପୁଜୁଛି। ବିଶେଷକରି ବ୍ଲକର ଅଙ୍ଗାଳୋ, ମଧୁସୂଦନପୁର, ଭଅଁରା, ବୋଦୁଅ, ମହାକାଳପଡ଼ା, ଉଦୟନାଥପୁର ଓ ରତଳାଙ୍ଗ ପଞ୍ଚାୟତର ମୁଖ୍ୟରାସ୍ତାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ରାସ୍ତା ଅଧିକ କ୍ଷତିଗ୍ରସ୍ତ ହୋଇଥିବାରୁ ଏବେ ବି ଯାତାୟାତ କରିବାରେ ଅସୁବିଧା ସୃଷ୍ଟି ହେଉଛି। ଏତଦ୍‌ବ୍ୟତୀତ ବନ୍ୟା ସମୟରେ ଲୋକମାନେ କରୋନା କଟକଣା ମାନି ନ ପାରିବାରୁ ଏବେ ଏଠାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଅଲିପୁର ପଞ୍ଚାୟତ ଭବାନୀପୁର ଗ୍ରାମରେ ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କ କରୋନାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ଏହାଛଡ଼ା ବିଭିନ୍ନ ସ୍ଥାନରେ ଏବେ ବି ବନ୍ୟା ଜଳ ଜମି ରହିଥିବାରୁ ପରିବେଶ ପ୍ରଦୂଷିତ ହେବା ସହ ଲୋକମାନେ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ତେବେ ବିପନ୍ନଙ୍କୁ ସରକାରୀ ସହାୟତା, ରାସ୍ତାଘାଟ ମରାମତି ଓ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?