Posted inଜାତୀୟ

ଚାଷୀଙ୍କୁ ପୋଲିସର ଲାଠିମାଡ଼

ଚଣ୍ଡିଗଡ଼, ୨୯।୮: ହରିୟାଣାର କର୍ନଲ ଜିଲାରେ ଶନିବାର ଭାଜପାର ଏକ ବୈଠକକୁ ବିରୋଧ କରି କୃଷକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିଚାଳନା କରିବାରୁ ୧୦ ଜଣ ଚାଷୀ ଆହତ ହୋଇଛନ୍ତି। ହରିୟାଣା ପୋଲିସର ଏଭଳି ବର୍ବରତା ବିରୋଧରେ ଉତ୍ତ୍ୟକ୍ତ ଚାଷୀମାନେ ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରିଛନ୍ତି। କର୍ନଲଠାରେ ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାରଙ୍କ ନେତୃତ୍ୱରେ ଭାଜପା ବୈଠକ ବସି ଆଗାମୀ ମ୍ୟୁନିସିପାଲ ନିର୍ବାଚନ ସମ୍ପର୍କରେ ଆଲୋଚନା ହେବାର ଥିଲା। ଏହି ରାଜ୍ୟସ୍ତରୀୟ ବୈଠକରେ ଭାଜପା ରାଜ୍ୟ ସଭାପତି ଓ.ପି. ଧନଖର ଉପସ୍ଥିତ ଥିଲେ। ଚାଷୀଙ୍କ ବିକ୍ଷୋଭ ଯୋଗୁ ୩ ନମ୍ବର ଜାତୀୟ ରାଜପଥ, ଦିଲ୍ଲୀ-ଅମୃତସର ରାଜପଥ ସମେତ ବିଭିନ୍ନ ରାସ୍ତା ଏବଂ ଅମ୍ବାଲା ରାସ୍ତାରେ ଥିବା ଶମ୍ଭୁ ଟୋଲ୍‌ ପ୍ଲାଜାରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହୋଇଥିଲା। ଚାଷୀମାନେ ରାସ୍ତା ଉପରେ ଖଟିଆ ପକାଇ ଓ ବସିରହି ଅବରୋଧ କରିଥିବା ଦେଖାଯାଇଛି। ଫଳରେ ଅନୂ୍ୟନ ୩ କିଲୋମିଟର ପର୍ଯ୍ୟନ୍ତ ଗାଡ଼ିମୋଟର ରାସ୍ତାରେ ଉଭୟ ପାର୍ଶ୍ୱରେ ଅଟକି ରହିଛି। କାହାର କାର୍ଯ୍ୟକ୍ରମରେ କେହି ପ୍ରତିବନ୍ଧକ ସୃଷ୍ଟି କରିପାରିବେ ନାହିଁ। ସେମାନେ ଶାନ୍ତିପୂର୍ଣ୍ଣ ଏବଂ ଗଣତାନ୍ତ୍ରିକ ଉପାୟରେ ପ୍ରସଙ୍ଗ ଉଠାଇବାକୁ ଅନୁମତି ଦିଆଯାଇଛି। ତେବେ ପୋଲିସ ଉପରକୁ ଟେକା ଫିଙ୍ଗିବା ଓ ରାସ୍ତା ଅବରୋଧ କରିବାକୁ ଦିଆଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଖଟ୍ଟାର କହିଛନ୍ତି। ପୋଲିସ ତା’ର କାର୍ଯ୍ୟାନୁଷ୍ଠାନ ନେଇଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ କର୍ନଲରେ ପୋଲିସର ବର୍ବରୋଚିତ କାର୍ଯ୍ୟାନୁଷ୍ଠାନକୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଘଟଣାକୁ ନିନ୍ଦା କରିଛନ୍ତି। ଲାଠିମାଡ଼ରେ ଚାଷୀ ଲହୁଲୁହାଣ ହେବା ଲଜ୍ଜାଜନକ ବୋଲି ସେ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri