ମଣ୍ଡି ନେଲାନି ଧାନ, ପୁରସ୍ତମପୁର-ହୁମା ରାସ୍ତା ଅବରୋଧ କଲେ ଚାଷୀ

ଗଞ୍ଜାମ,୧୫।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ହୁମା ସମବାୟ ସମିତି ପକ୍ଷରୁ ଧାନମଣ୍ଡି ଧାନ କିଣୁ ନ ଥିବା ଅଭିଯୋଗରେ ସୋମବାର ଚାଷୀମାନେ ପୁରସ୍ତମପୁର- ହୁମା ମୁଖ୍ୟ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ। ଯାହା ଫଳରେ କିଛି ସମୟ ପାଇଁ ସେଠାରେ ଉତ୍ତେଜନା ଦେଖାଦେଇଥିଲା । ଗତ ଡିସେମ୍ବରରେ ହୁମା ସମିତି ଚାଷୀଙ୍କୁ ଟୋକନ ପ୍ରଦାନ କରିଥିଲା । ବର୍ତ୍ତମାନ ଚାଷୀଙ୍କ ଟୋକନର ଅବଧି ସରିଯାଇଛି । ଖବର ପାଇ ତହସିଲଦାର ଅରୁଣ କୁମାର ନାୟକ, ଯୋଗାଣ ଅଧିକାରୀ ରୀନାରାଣୀ ମହାପାତ୍ର, ରମ୍ଭା ଥାନା ଆଇଆଇସି କୃଷ୍ଣ ସେଠୀ, ହୁମା ଫାଣ୍ଡି ଅଧିକାରୀ ଶରତ ଚନ୍ଦ୍ର ଦାସ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ଚାଷୀଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ । ଲିଖିତ ପ୍ରତିଶ୍ରୁତ ଦେବା ପାଇଁ ଆନ୍ଦୋଳନକାରି ଅଡ଼ି ବସିଥିଲେ । କାହାର ଟୋକନ ଅବଧି ସରିଛି ତାହା ତଦନ୍ତ କରାଯିବ ବୋଲି ତହସିଲଦାର କହିବା ପରେ ରାସ୍ତା ଅବରୋଧ ହଟିଥିଲା। ଏଥିରେ ଋଷୁକୁଲ୍ୟା ରୟତ ମହାସଭା ସମ୍ପାଦକ ସିମାଞ୍ଚଳ ନାହାକ, ଶରତ ପଟ୍ଟନାୟକ, ପୂର୍ଣ୍ଣ ରଥ, ପ୍ରଦୀପ ସେଠୀଙ୍କ ସମେତ ବହୁ ଚାଷୀ ଆନ୍ଦୋଳନରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri