ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ସ୍ଥାନୀୟ ସରପଞ୍ଚ ସୁକୁରିଆ ମୁଣ୍ଡାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ ଚାଲିଛି। ଦୀର୍ଘ ପ୍ରାୟ ୧ ଘଣ୍ଟା ହେଲା ଉଖୁଣ୍ଡା-ଚମ୍ପୁଆ ରାସ୍ତା ଅବରୋଧ ଯୋଗୁ ରାସ୍ତାରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ଲ୍ୟାମ୍ପରେ ୩୦ ପ୍ରତିଶତ ଧାନ କାଟୁଥିବାରୁ ପ୍ରତିବାଦ କରିବା ସହ ଧାନ ଟୋକନ ନିୟମିତ ପ୍ରଦାନ କରିବା, ମିଲ୍‌ ପରିବର୍ତ୍ତେ ମଣ୍ଡିରେ ଧାନ କିଣିବା ବ୍ୟବସ୍ଥା କରିବା ଏବଂ ଧାନ କିଣା ଟାର୍ଗେଟ ବୃଦ୍ଧି କରିବା ଆଦି ଦାବିରେ ଏହି ଆନ୍ଦୋଳନ କରିଛନ୍ତି। ଖବର ପାଇ ପୋଲିସ ଓ ସ୍ଥାନୀୟ ପ୍ରାଶାସନିକ ଅଧିକାରୀ ପହଞ୍ଚି ଚାଷୀଙ୍କ ସମସ୍ୟା ଆଲୋଚନା ଜାରି ରଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri