ଧାନ ରଖି ରାଜପଥ ଅବରୋଧ କଲେ ଚାଷୀ

ଲଖନପୁର,୨୫।୧: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ସେବା ସମବାୟ ସମିତିର ଚାଷୀଙ୍କୁ ଟୋକନ ପ୍ରଦାନରେ ଅବହେଳା କରାଯାଇଛି। ଫଳରେ ସମିତିର ୧୭୨ଜଣ ଚାଷୀ ଧନ ବିକ୍ରି କରିବାରୁ ବଞ୍ଚିତ ହୋଇଛନ୍ତି । ଏନେଇ ଚାଷୀମାନେ ଚାଷୀ ସମବାୟ ବିଭାଗ, ଯୋଗାଣ ବିଭାଗ ଓ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିଲା। ଅସନ୍ତୋଷ ଚାଷୀ ଶନିବାର ପୂର୍ବାହ୍ନରେ ୪୯ନମ୍ବର ଜାତୀୟ ରାଜପଥ ପଂଚଗାଁ ଛକରେ ଧାନ ବସ୍ତା ରଖି ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ବ୍ଲକ ଓ ଜିଲା କୃଷକ ସଂଗଠନ ଆନ୍ଦୋଳନକୁ ସମର୍ଥନ ଜଣାଇଛି। ଆନ୍ଦୋଳନ ଯୋଗୁ ରାଜପଥରେ ଯାନବାହାନ ଚଳାଚଳ ବନ୍ଦ ହୋଇଯାଇଛି। ରାସ୍ତାର ଉଭୟ ପାଶର୍‌ବରେ ଶତାଧିକ ଯାନବାହନ ଅଟକି ରହିଛି। ଖବରପାଇ ଲଖନପୁର ତହସିଲଦାର ବିଶ୍ବକେଶନ ପାଣ୍ଡେ ବ୍ରଜରାଜନଗର ଏସ୍‌ଡିପିଓ ଦିଲୀପ ଦାସ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଏପରିକି ଉପଜିଲାପାଳ ଶିବ ଟପୋ ଧାରଣସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ କୌଣସି ସମାଧାନ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?