Posted inଜାତୀୟ

ସରକାରଙ୍କ ସହ ବୈଠକକୁ ପୁଣି ଥରେ ଖାଦ୍ୟ, ପାଣି ନେଇକି ଆସିଲେ କୃଷକମାନେ

ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକମାନଙ୍କ ସହ ଶନିବାର ପଞ୍ଚମ ଥର ପାଇଁ ସରକାର ବୈଠକ କରିଥିଲେ। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ବୈଠକରେ କୌଣସି ସମାଧାନର ବାଟ ବାହାରି ପାରି ନାହିଁ। ପୂର୍ବ ଭଳି ଏଥର ମଧ୍ୟ କୃଷକମାନେ ନିଜ ସହିତ ଖାଦ୍ୟ, ପାଣି ଓ ଚା’ ନେଇକି ଆସିଥିଲେ। ସେମାନେ ବିଜ୍ଞାନ ଭବନଠାରେ ଆୟୋଜିତ ଭୋଜନ ଗ୍ରହଣ କରିବାକୁ ମନା କରି ଦେଇଥିଲେ। ଦିଲ୍ଲୀ ସୀମାରେ ଗତ ଏକ ସପ୍ତାହ ହେଲା ଆନ୍ଦୋଳନ କରୁଥିବା ଅନ୍ନଦାତାମାନେ ସେଠାରେ ରୋଷେଇ କରୁଛନ୍ତି।

ଅପରାହ୍ନ ୨.୩୦ରେ ଆରମ୍ଭ ହୋଇଥିଲା ପଞ୍ଚମ ରାଉଣ୍ଡ ବୈଠକ। ଏଥିରେ ଯୋଗ ଦେଇଥିଲେ ବିଭିନ୍ନ କୃଷକ ସଂଘର ୪୦ ଜଣ ପ୍ରତିନିଧୀ । ସାଥିରେ ଖାଦ୍ୟ, ପାଣି ଓ ଚା’ ନେଇ ଆସିଛନ୍ତି ବୋଲି ବିଜ୍ଞାନ ଭବନଠାରେ ଆୟୋଜିତ ବୈଠକରେ କୃଷକ ସଂଘର ମୁଖ୍ୟ କହିଥିଲେ। ଗତ ଗୁରୁବାର ହୋଇଥିବା ବୈଠକରେ ମଧ୍ୟ ସାଥିରେ ଖାଦ୍ୟ ଆଣିଥିଲେ କୃଷକମାନେ। କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ତୋମାର, ରେଲଓ୍ବେ ଓ ଖାଦ୍ୟ ମନ୍ତ୍ରୀ ପିୟୁଷ ଗୋୟଲ ଓ ବାଣିଜ୍ୟ ରାଷ୍ଟ୍ର ମନ୍ତ୍ରୀ ସୋମ ପ୍ରକାଶ ବୈଠକରେ କୃଷକଙ୍କ ସହ ଆଲୋଚନା କରିଥିଲେ। ଉଲ୍ଲେଖଯୋଗ୍ୟ, ୩ କୃଷି ଆଇନକୁ ବିରୋଧରେ କୃଷକମାନେ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?