ଏଣିକି ସରକାରୀ ଯୋଜନାର ଲାଭ ଉଠାଇପାରିବେ ଚାଷୀ

କର୍ଲାମୁଣ୍ଡା,୩୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କୃଷି ବିଭାଗ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ଆତ୍ମା ଅଧ୍ୟକ୍ଷ ଗୌର କିଶୋର ରଣା, କର୍ଲାମୁଣ୍ଡା ସରପଞ୍ଚ ସ୍ବର୍ଣ୍ଣ ଲତା ସାହୁ, ସ. ମାଲପଡ଼ା ସରପଞ୍ଚ ବରୁଣ ଛତ୍ରୀଆ, ଜିଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ଚାଷୀ ନେତା ଗୋବିନ୍ଦ ସାହୁ, ସ.ମାଲପଡ଼ା ସମିତି ସଭ୍ୟ ଗୋଲାପ ସାହୁ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିବା ବେଳେ ନର୍ଲା ଜିଲା କୃଷି ଅଧିକାରୀ ଶୁଭେନ୍ଦୁ କର, କୃଷି ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ମାରାଣ୍ଡି, କୃଷି ବୈଜ୍ଞାନିକ ତ୍ରିବିଜୟ ବଡ଼ଜେନା, ସ୍କିମ ଅଫିସର ମନୋରଞ୍ଜନ ସେନାପତି, ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ଏଏଓ କୁମାର ଚିରଞ୍ଜିବୀ ତଥା ଅନ୍ୟାନ୍ୟ ବିଭାଗର ଅଧିକାରୀମାନେ ଯୋଗଦେଇ ଚାଷୀଙ୍କୁ ଖରିଫ ଫସଲ ଉପରେ ବୁଝାଇଥିଲେ। ଏପରିକି ଚାଷୀ କିପରି ସରକାରୀ ଯୋଜନାର ଲାଭ ପାଇପାରିବେ ସେନେଇ ଆଲୋଚନା କରିଥିଲେ।

ଏଥିରେ ଶତାଧିକ ମହିଳା ପୁରୁଷ ଚାଷୀ ଅଂଶ ଗ୍ରହଣ କରିଥିଲେ। ସଭା କାର୍ଯ୍ୟରେ ଆତ୍ମା କମିଟି ସଦସ୍ୟ ପ୍ରଦୀପ କୁମାର ସାହୁ ସଂଯୋଜନା କରିଥିଲେ ଓ ଏଏଓ କୁମାର ଚିରଞ୍ଜିବି ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ରେଗଡା ପଞ୍ଚାୟତ ବିଜାପାଟିଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଥିଲା। ଏଥିରେ ରେଗଡା ସରପଞ୍ଚ ଦିପ୍ତୀ ମୟୀ ସାହୁ, ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୂରୀ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲା ତଥା ବ୍ଲକସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇ କୃଷକମାନଙ୍କୁ ବିଭିନ୍ନ ଯୋଜନା, ଚାଷ ସମ୍ବନ୍ଧୀୟ ବିଷୟରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଟିଏମ ଶ୍ୟାମ ପଦ ଭଞ୍ଜ, ଭିଏଡବ୍ଲୁ ଲୋକନାଥ ନାଗ, ସୁରଜ ସାହୁ, ସନ୍ତୋଶିନୀ ବରାହ, ପ୍ରତୁଶ୍ୱିନୀ ଓ କୃଷକ ସାଥିମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri