ବିଲରେ ଟଳି ପଡିଲେ ଚାଷୀ: ଅଂଶୁଘାତରେ ମୃତ୍ୟୁ ଆଶଙ୍କା 

ପାଟଣା,୨୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଯମୁନାପଶି ଗ୍ରାମର ଜଣେ ବ୍ୟକ୍ତି  ବିଲକୁ ଯାଇଥିବା ବେଳେ ବିଲରେ ପଡି ମତ୍ୟୁ ବରଣ କରିଛନ୍ତି। ମୃତକ ଜଣକ ହେଉଛନ୍ତି ଉକ୍ତ  ଗ୍ରାମର  ରବୀନ୍ଦ୍ର ମୁଣ୍ଡା(୩୮) ।
ସୂଚନା ଅନୁଯାୟୀ, ରବୀନ୍ଦ୍ର ବିଲକୁ କୌଣସି କାର୍ଯ୍ୟରେ ଯାଇଥିବା ବେଳେ  ବିଲରେ  ହଠାତ ପଡ଼ିଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ  ନେଇଥିଲେ ହେଁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ତୁରୁମୁଙ୍ଗା ଥାନା ଏଏସ୍‌ଆଇ ଧନଞ୍ଜୟ ମୁର୍ମୁ କେନ୍ଦୁଝର  ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ଅସହ୍ୟ ଗରମ ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ଏନେଇ ତୁରୁମୁଙ୍ଗା ଥାନାରେ ୬/୨୩ ରେ ଏକ ଅପମତ୍ୟୁ ମାମଲା ରୁଜୁ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri