ଚକଡ଼ା ରୋଗ ପୋକ ଯୋଗୁ ସର୍ବସ୍ବାନ୍ତ ହେଲେଣି ଚାଷୀ: କ୍ଷତିପୂରଣ ପାଇଁ ତହସିଲଦାର-କୃଷି ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ

କୋକସରା,୨୯।୧୦(ଡି.ଏନ୍‌.ଏ.): ଆଉ କିଛି ଦିନ ପରେ ଧାନ ଅମଳ କ୍ଷମ ହୋଇଥାନ୍ତା । ହେଲେ ଚାଷୀଙ୍କ ପିଛା ଛାଡୁନାହିଁ ଦୁର୍ଦ୍ଦଶା। ଧାନ ଅମଳ କ୍ଷମ ବେଳକୁ ଚାଷୀଙ୍କୁ ସର୍ବସ୍ବାନ୍ତ କରିଛି ଚକଡ଼ା ରୋଗ ପୋକ। ରାତିକ ମଧ୍ୟରେ ଆଖି ପିଛୁଳାକେ ଚରି ଯାଉଛନ୍ତି ହେକ୍ଟର ହେକ୍ଟର ଚାଷଜମି । ଚାଷୀର ବର୍ଷକର ଶସ୍ୟ କିଛି ଘଣ୍ଟା ମଧ୍ୟରେ ନଷ୍ଟ କରି ଦେଉଛି ଚକଡ଼ା ପୋକ । ଚାଷୀମାନେ ଧାର କରଜ କରି କୃଷି କର୍ମଚାରୀଙ୍କ ପରାମର୍ଶରେ କୀଟନାଶକ ପ୍ରୟୋଗ କଲେ ମଧ୍ୟ କୌଣସି ଫଳପ୍ରଦ ହେଉନାହିଁ। ଶେଷରେ ଚାଷୀ ମାନେ ନିରାଶ ହୋଇ କ୍ଷତିପୂରଣ ଦାବି କରି ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଏମିତି ଘଟଣା ଦେଖିବାକୁ ମିଳିଛି କୋକସରା ବ୍ଲକରେ । ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ ଚକଡ଼ା ରୋଗ ପୋକ ବ୍ୟାପକ ମାତ୍ରାରେ ପ୍ରାଦୁର୍ଭାବ ବିସ୍ତାର କରିଥିବା ବେଳେ ବରାଡଙ୍ଗା ପଞ୍ଚାୟତ ଶିଉନି, କେନ୍ଦୁଡଙ୍ଗରି, ବରାଡଙ୍ଗା ଗ୍ରାମର କ୍ଷତିଗ୍ରସ୍ତ ଚାଷୀ ଶନିବାର କୋକସରା ତହସିଲ କାର୍ଯ୍ୟାଳୟକୁ ଆସି କ୍ଷତିପୂରଣ ପାଇଁ ଦାବିପତ୍ର କୋକସରା ତହସିଲଦାର ଦେବବ୍ରତ କରାଟି ଓ କୃଷି ବିଭାଗ ଅଧିକାରୀ ହେମାନନ୍ଦ ମାଝୀଙ୍କୁ ପ୍ରଦାନ କରିଛନ୍ତି। ବରାଡଙ୍ଗା ପଞ୍ଚାୟତ ସମିତି ସଭ୍ୟ ଗୁପ୍ତେଶର ବାଗଙ୍କ ସହ ଚାଷୀ ସୁରେଶ ଚନ୍ଦ୍ର ପଣ୍ଡା, ଗୋବିନ୍ଦ ମାଝୀ, ଶଙ୍କର ଧଙ୍ଗଡା ମାଝୀ, ପୃଥିରାଜ ବେହେରା, ପରମେଶ୍ବର ଧଙ୍ଗଡା ମାଝୀ, ଶରତ ଧଙ୍ଗଡା ମାଝୀ, ହିମାଞ୍ଚଳ ପୁଝାରିଙ୍କ ଚାଷଜମି ସମ୍ପୂର୍ଣ୍ଣ ଭାବେ ଚକଡ଼ାରେ କ୍ଷତିଗ୍ରସ୍ତ ହୋଇଥିବା ଅଭିଯୋଗ କରିଛନ୍ତି। ଏନେଇ କୋକସରା ତହସିଲଦାରଙ୍କ ପ୍ରତିକ୍ରିୟା ନେବାରୁ ଚାଷୀମାନେ ଚାଷ କ୍ଷତି ନେଇ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁସାରେ ତଦନ୍ତ କରି ରିପୋର୍ଟ ଦେବା ପାଇଁ କୃଷିବିଭାଗକୁ ଆମେ ଚିଠି କରିଛୁ । ତଦନ୍ତ ରିପୋର୍ଟ ଆସିଲେ ସେ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦେବା ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି। ତେବେ କୋକସରା ବ୍ଲକର ବିଭିନ୍ନ ପଞ୍ଚାୟତରେ ଚକଡ଼ା ରୋଗ ବ୍ୟାପୁଥିବା ନେଇ ଚାଷୀମାନେ ଅଭିଯୋଗ କରିଛନ୍ତି। ଜିଲା କୃଷିବିଭାଗ ଏ ଦିଗରେ ସତର୍କ ଦୃଷ୍ଟି ଦେବାକୁ ଚାଷୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri