ମିଳିଲାନି ସରକାରୀ ସହଯୋଗ: ଟଙ୍କା ଆଦାୟ କରି ନାଳ ସଫା କଲେ ଚାଷୀ

ରସୁଲପୁର,୨୭ା୬(ଡି.ଏନ.ଏ.): ପ୍ରଶାସନକୁ ଅନେକ ଗୁହାରି କରିବା ପରେ ମଧ୍ୟ ନାଳ ସଫେଇ ହୋଇ ପାରିଲାନି। ଶେଷରେ ଚାଷୀ ନିଜେ ଟଙ୍କା ଆଦାୟ କରି ନାଳ ସେଫଇ କରୁଛନ୍ତି। ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ଶ୍ରୀବନ୍ତପୁର ଓ ଜାବରା ପଞ୍ଚାୟତ ଚାଷୀଙ୍କ କ୍ଷେତ୍ରରେ ଏହା ଦେଖାଯାଇଛି। ଏଠାରେ ଥିବା କାଣ୍ଡସରା ନାଳ ଦେଇ ୧୦ ବର୍ଷ ହେଲା ବର୍ଷାଜଳ ନିଷ୍କାସନ ହୋଇପାରୁ ନ ଥିବାରୁ ଶତାଧିକ ଏକର ଚାଷ ଜମି ଜଳମଗ୍ନ ହୋଇଯାଉଛି। ତେଣୁ ଏହାର ସମାଧାନ ପାଇଁ ଚାଷୀମାନେ ଅନେକ ଥର ପ୍ରଶାସନିକ ଅଧିକାରୀଙ୍କୁ ନିବେଦନ କରିଛନ୍ତି। ହେଲେ କେହି ନ ଶୁଣିବାରୁ ଶେଷରେ ଚାଷୀମାନେ ଗୁରୁବାର ଜିଲାପାଳଙ୍କୁ ଭେଟି ଏହି ନାଳ ସଫା କରିବା ପାଇଁ ଅନୁମତି ଲୋଡ଼ିଥିଲେ। ଜିଲାପାଳ ଅନୁମତି ଦେବାପରେ ଚାଷୀ ଜେସିବି ସହାୟତାରେ ନାଳ ଖନନ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ କେତେଜଣ ଚାଷୀ କହିଛନ୍ତି, ଜନପ୍ରତିନିଧିଙ୍କଠାରୁ ଆରମ୍ଭକରି ପ୍ରଶାସନିକ ଅଧିକାରୀ ନିରାଶ କରିବା ପରେ ଆମେ ଏପରି ପନ୍ଥା ଆପଣାଇଛୁ। ଆଗକୁ ଯଦି ଜିଲା ପ୍ରଶାସନ ଏହାର ସ୍ଥାୟୀ ସମାଧାନ କରନ୍ତେ ତେବେ ଆମ ଦୁଃଖ ଦୂର ହୁଅନ୍ତା।
ସୂଚନା ଅନୁସାରେ, ଶ୍ରୀବନ୍ତପରୁ ଓ ଜାବରା ପଞ୍ଚାୟତର ମରାଗାଡ଼ିଆ, କାଳିମା ଗଡ଼ା, କାଣ୍ଡସରା ଆଦି ପାଟରେ ୭୦୦ଏକରରୁ ଊର୍ଦ୍ଧ୍ୱ ଚାଷଜମି ରହିଛି। ତେବେ ନାଳ ପୋତି ହୋଇଯିବା କାରଣରୁ ଏଥିରେ ପାଟର ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ। ଫଳରେ ଚାଷଜମି ବୁଡ଼ି ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri