ବରଗଡ଼ରେ ପୁଣି ଚାଷୀ ଆତ୍ମହତ୍ୟା

ଅତାବିରା\ସରଣ୍ଡା,୨୨।୯(ଡି.ଏନ.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ହିର୍ଲିପାଲି ପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରଟିକ୍ରା ଗ୍ରାମରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ପୁଣି ଆଲୋଡ଼ନ ସୃଷ୍ଟି କରିଛି। ଗତ ରବିଋତୁର ଫସଲହାନୀ ଏବଂ ଋଣ ପରିଶୋଧ ଚିନ୍ତାରେ ଚାଷୀ ବୃନ୍ଦାବନ ଭୁଏ(୬୨)  କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଅତାବିରା ତହସିଲଦାର ଦୁର୍ଯ୍ୟୋଧନ ଭୋଇଙ୍କୁ ପଚାରିବାରୁ ଜଣେ ଚାଷୀ ବିଷ ପିଇ ଦେଇଥିବା ନେଇ କେହି ଜଣେ ତାଙ୍କୁ ଫୋନ କରିଥିଲେ। କିନ୍ତୁ ସବିଶେଷ ତଥ୍ୟ ତାଙ୍କର ହସ୍ତଗତ ହୋଇ ନ ଥିବା ସେ କହିଛନ୍ତି।

ସୂଚନା ଅନୁସାରେ, ମୃତଚାଷୀ ବୃନ୍ଦାବନ ମଙ୍ଗଳବାର ରାତିରେ କୀଟନାଶକ ପିଇ ଦେଇଥିଲେ। ତାଙ୍କୁ ପ୍ରଥମେ ଗୋଡ଼ଭଗା ଏବଂ ପରେ ବୁର୍ଲା ଭିମସାର ନିଆଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୁଅ ଗଣନାଥ ଅଭିଯୋଗ କରି କହିଛନ୍ତି ଯେ, ଗତ ରବିଋତୁରେ ତାଙ୍କ ବାପା ୧୦ଏକର ଜମିରେ ଧାନଚାଷ କରିଥିଲେ। ତେବେ ଟୋକନ ସମସ୍ୟା ଯୋଗୁ ୧୦୦ବସ୍ତା ଧାନ ସେ ବିକ୍ରି କରି ପାରି ନ ଥିଲେ। ଅନ୍ୟପକ୍ଷେ କୃଷି ସମବାୟ ସମିତି ସମେତ ବିଭିନ୍ନ ସ୍ଥାନରେ ୩ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କ ଟଙ୍କା ପରିଶୋଧ ବକେୟା ପଡ଼ିଥିବା ପରିବାର ଲୋକେ କହିଛନ୍ତି। ଏହି ଚିନ୍ତାରେ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଥିବା ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri