ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ ବଲ ସାମନ୍ତ ମଙ୍ଗଳବାର ଘଟଣାର ତଦନ୍ତ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ ଜଣକ ଉତ୍‌କ୍ଷିପ୍ତ ହୋଇ ଇଚ୍ଛାମୃତ୍ୟୁ ଆବେଦନ କରିବା ପରିବାର ପାଇଁ କ୍ଷତି ହେବ। ଏପରି ଭୁଲ ଚିନ୍ତା ନ କରିବାକୁ ଚାଷୀଙ୍କୁ ବିବେଦନ କରିବା ସହ ଆଲୋଚନା ଏବଂ ତର୍ଜମାରୁ ନିଷ୍କର୍ଷ ବାହାରିବ ବୋଲି ମନ୍ତ୍ରୀ କହିଛନ୍ତି। ଘଟଣାର ତୁରନ୍ତ ସମାଧାନ କରାଯିବ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ତାଳମେଣ୍ଡା ଗ୍ରାମର ଯୁବଚାଷୀ ରୋହିତ ଜିଲାପାଳଙ୍କଠାରେ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିଛନ୍ତି। ଜିଲାପାଳଙ୍କୁ ଦେଇଥିବା ଆବେଦନ ପତ୍ରରେ ରୋହିତ ଉଲ୍ଳେଖ କରିଛନ୍ତି ଯେ, ୨୦ବର୍ଷ ହେଲା, ସେ ଧାନଚାଷ କରି ଆସୁଛନ୍ତି। ଅମଳ ଧାନକୁ ବିକି ପରିବାର ପୋଷଣ କରନ୍ତି । ହେଲେ ପ୍ରଶାସନିକ ଅବହେଳା ଯୋଗୁ ଗତବର୍ଷ ଖରିଫରେ ଅମଳ ଧାନକୁ ସେ ବିକ୍ରି କରିପାରି ନ ଥିବା ଅଭିଯୋଗ କରିଛନ୍ତି।

ଅନ୍ୟପକ୍ଷେ ବୃଦ୍ଧ ମାତାପିତାଙ୍କ ଔଷଧ, ପିଲାଙ୍କ ପାଠପଢ଼ା ଖର୍ଚ୍ଚ, ପୋଷାକପତ୍ର କିଣିବା ପାଇଁ ମଧ୍ୟ ଟଙ୍କା ନାହିଁ। ସେହିପରି ଚାଷକାର୍ଯ୍ୟ ପାଇଁ ଋଣ କରିଥିବା ଟଙ୍କାକୁ ମଧ୍ୟ ସେ ପୈଠ କରି ପାରୁନାହାନ୍ତି। ଏଭଳି ସମସ୍ୟା ଯୋଗୁ ମୌଳିକ ଆବଶ୍ୟକତାକୁ ମଧ୍ୟ ଠିକ୍‌ ଭାବେ ପୂରଣ କରିପାରୁ ନ ଥିବାରୁ ସେ ମାନସିକ ଚାପରେ ଅଛନ୍ତି ବୋଲି ଆବେଦନ ପତ୍ରରେ ଉଲ୍ଳେଖ କରିଛନ୍ତି।

ସମସ୍ୟା ନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିବା ସହିତ ଧାନ କିଣିବା ପାଇଁ ନିବେଦନ କରିବା ସତ୍ତ୍ୱେ କିଛି ସୁଫଳ ନ ମିଳିବାରୁ ସେ ଇଚ୍ଛାମୃତ୍ୟୁ ଆବେଦନ ଭଳି ଚରମ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?