Posted inଜାତୀୟ

ଟ୍ରାକ୍ଟର ମାର୍ଚ୍ଚକୁ ସ୍ଥଗିତ ରଖିଲା କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୨୭ ।୧୧: ସଂସଦରେ ବିଲ ଉପସ୍ଥାପନ ହେବାର ଦୁଇ ଦିନ ପୂର୍ବରୁ କୃଷକମାନେ ବଡ ନିଷ୍ପତ୍ତି ନେଇଛନ୍ତି । ଶନିବାର କୃଷକ ସଙ୍ଗଠନ ପକ୍ଷରୁ ସଂସଦ ପର୍ଯ୍ୟନ୍ତ କରିବାକୁ ଥିବା ଟ୍ରାକ୍ଟର ମାର୍ଚ୍ଚକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାର କୃଷି ଆଇନ ପ୍ରତ୍ୟାହାର କରିବା ପରେ କୃଷକ ସଙ୍ଗଠନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଶନିବାର କୃଷକ ୟୁନିୟନ ପକ୍ଷରୁ ଏକ ବୈଠକ କରାଯାଇଥିଲା । ସିନ୍ଧୁ ଓ ଟିକରି ସୀମାରେ ସଂଯୁକ୍ତ କୃଷକ ମୋର୍ଚ୍ଚାର ନେତାମାନେ ବୈଠକ କରିଥିଲେ । ଏଥିରେ ଆଗାମୀ ଦିନର ରଣନୀତି ସମ୍ପର୍କରେ ଚର୍ଚ୍ଚା ହୋଇଥିଲା । ଏହାପରେ କୁହାଯାଇଥିଲା କି ସଂସଦ ପର୍ଯ୍ୟନ୍ତ କରାଯାଇଥିବା ଟାକ୍ଟର ରାଲିକୁ ସ୍ଥଗିତ ରଖାଗଲା । ସଂଯୁକ୍ତ କୃଷକମୋର୍ଚ୍ଚା ପକ୍ଷରୁ ଦର୍ଶାଯାଇଛି କି ଆଗାମୀ ରଣନୀତି ପାଇଁ ୪ ଡିସେମ୍ବରରେ ଏକ ବୈଠକ ବସିବ । ଏହି ବୈଠକରେ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଚର୍ଚ୍ଚା ମଧ୍ୟ କରାଯିବାର ଯୋଜନା ରହିଛି । ସୂଚନାଯୋଗ୍ୟ, ଗତ ବର୍ଷେ ହେବ କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି କୃଷକମାନେ ଆନ୍ଦୋଳନରେ ବସିଥିଲେ । ଶେଷରେ କେନ୍ଦ୍ର ସରକାର ନୂଆ କୃଷି ନିୟମକୁ ପ୍ରତ୍ୟାହାର କରିବା କଥା ଘୋଷଣା କରିଥିଲେ । ଏହାପରେ ବି କୃଷକମାନେ ଆହୁରି କିଛି ଦାବି ନେଇ ଆନ୍ଦୋଳନରୁ ହଟି ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?