Posted inଜାତୀୟ

କୃଷକଙ୍କ ‘ଦିଲ୍ଲୀ ଚଲୋ’ ସ୍ଥଗିତ

ଶମ୍ଭୁ,୯ା୧୨: ହରିୟାଣା ପୋଲିସ୍‌ର ଲୁହବୁହା ଗ୍ୟାସ୍‌ ପ୍ରୟୋଗ ଯୋଗୁ ଆନ୍ଦୋଳନରତ ୮ ଜଣ ଚାଷୀ ଆହତ ହେବା ପରେ ରବିବାର ଅପରାହ୍ନରେ କୃଷକ ସଂଗଠନ ‘ଦିଲ୍ଲୀ ଚଲୋ’ ପଦଯାତ୍ରାକୁ ଦିନକ ପାଇଁ ସ୍ଥଗିତ ରଖିଛି। ୮ ଜଣ କୃଷକ ଆହତ ହେବା ସହ ଜଣେ ଚଣ୍ଡିଗଡ଼ ପିଜି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚରେ ଭର୍ତ୍ତି ହୋଇଥିବା ପଞ୍ଜାବର କୃଷକ ନେତା ସରଓ୍ବନ ସିଂ ପାନ୍ଧେର କହିଛନ୍ତି। କୃଷକ ଫୋରମ୍‌ ସଂଯୁକ୍ତ କିଷାନ ମୋର୍ଚ୍ଚା (ଅଣରାଜନୈତିକ) ଏବଂ କିଷାନ ମଜଦୁର ମୋର୍ଚ୍ଚାର ବୈଠକ ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ ବୋଲି ପାନ୍ଧେର କହିଛନ୍ତି।
ସମସ୍ତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଆଇନଗତ ଗ୍ୟାରେଣ୍ଟି ଦାବିରେ ଶୁକ୍ରବାର କୃଷକମାନେ ଦିଲ୍ଲୀ ଅଭିଯାନରେ ବାହାରିଥିବା ବେଳେ ଶମ୍ଭୁ ସୀମାରେ ଲୁହବୁହା ବାଷ୍ପ ପ୍ରୟୋଗ ଯୋଗୁ ୧୦ ଜଣ ଆହତ ହୋଇଥିଲେ। ଏହା ପରେ ପଦଯାତ୍ରାକୁ ସ୍ଥଗିତ ରଖାଯାଇଥିଲା। ରବିବାର ଅପରାହ୍ନରେ ପଞ୍ଜାବ-ହରିୟାଣା ସୀମାରୁ ପୁନର୍ବାର କୃଷକମାନେ ପଦଯାତ୍ରାରେ ବାହାରିବାରୁ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲୁହବୁହା ବାଷ୍ପ ଛାଡ଼ିବା ସହ ପାଣି ମାଡ଼ କରିଥିଲା। ଏଥିସହିତ ସୁରକ୍ଷା ବଳ ପକ୍ଷରୁ ବହୁସ୍ତରୀୟ ବ୍ୟାରିକେଡ୍‌ ଲଗାଯାଇଥିଲା। ଦିଲ୍ଲୀ ପ୍ରଶାସନର ଅନୁମତି ମିଳିଲେ କୃଷକମାନେ ପଦଯାତ୍ରାରେ ଯାଇପାରିବେ ବୋଲି ଅମ୍ବାଲା ପୋଲିସ ପୂର୍ବରୁ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri