ଜଳସେଚନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଲୋଇସିଂହା,୨୮ା୨(ସୁଶାନ୍ତ ବାରିକ): ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ବିଭିନ୍ନ ଦାବି ନେଇ ବଲାଙ୍ଗୀର ଲୋଇସିଂହା ଥାନା ରୁଗୁଡ଼ିଖାଲଠାରେ ଚାଷୀମାନେ ବୁଧବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। କୃଷକ ସଙ୍ଘର୍ଷ ସମିତି ସଭାପତି ରତ୍ନାକର ମିଶ୍ରଙ୍କ ନେତୃତ୍ୱରେ ଆଗଲପୁର ବ୍ଲକର ୫ଟି ପଞ୍ଚାୟତ ନଅଗାଁ (ଖ), ବେନ୍ଦ୍ରା, ବଡ଼ଟିକା, ନୁନିଆପାଲି ଓ ଝରଣୀପାଲି ଶତାଧିକ ଚାଷୀ ବଲାଙ୍ଗୀର ବରଗଡ଼ ୨୬ନଂ ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଉପରୋକ୍ତ ସମସ୍ୟା ନେଇ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା ସୁଫଳ ପାଇପରିନାହାନ୍ତି। ଏହାକୁ ନେଇ ଚାଷୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଷ ଓ ଚାଷୀଙ୍କୁ ଅଣଦେଖା ପ୍ରତିବାଦରେ ଚାଷୀ ନେତା କ୍ଷମାନିଧି ଦଳପତି, କୃଷ୍ଣଚନ୍ଦ୍ର ନାୟକ, ଶ୍ୟାମସୁନ୍ଦର ବିଶ୍ୱାଳ ସମେତ ବହୁ ଚାଷୀ ନେତା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ତୀବ୍ର ସମାଲୋଚନା କରିଛନ୍ତି। ଏଥିରେ ଜିଲା କୃଷକ ମହା ସଂଘ ସଦସ୍ୟ ଯତି ପଧାନ ଯୋଗ ଦେଇ ଚାଷୀ ମାରଣ ସରକାର ବୋଲି କହିଛନ୍ତି। ଆନ୍ଦୋଳନ ଯୋଗୁ ରାଜପଥର ଉଭୟ ପଟରେ ଶହ ଶହ ଯାନବାହନ ଅଟକି ରହିଛି। ଜିଲାପାଳ ଆସି ଆଲୋଚନା ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?