ଜଳସେଚନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଲୋଇସିଂହା,୨୮ା୨(ସୁଶାନ୍ତ ବାରିକ): ଲୋୟର ସୁକତେଲ ପ୍ରକଳ୍ପରୁ ଜଳସେଚନ ଓ ବିଭିନ୍ନ ଦାବି ନେଇ ବଲାଙ୍ଗୀର ଲୋଇସିଂହା ଥାନା ରୁଗୁଡ଼ିଖାଲଠାରେ ଚାଷୀମାନେ ବୁଧବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। କୃଷକ ସଙ୍ଘର୍ଷ ସମିତି ସଭାପତି ରତ୍ନାକର ମିଶ୍ରଙ୍କ ନେତୃତ୍ୱରେ ଆଗଲପୁର ବ୍ଲକର ୫ଟି ପଞ୍ଚାୟତ ନଅଗାଁ (ଖ), ବେନ୍ଦ୍ରା, ବଡ଼ଟିକା, ନୁନିଆପାଲି ଓ ଝରଣୀପାଲି ଶତାଧିକ ଚାଷୀ ବଲାଙ୍ଗୀର ବରଗଡ଼ ୨୬ନଂ ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଉପରୋକ୍ତ ସମସ୍ୟା ନେଇ ଜିଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା ସୁଫଳ ପାଇପରିନାହାନ୍ତି। ଏହାକୁ ନେଇ ଚାଷୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚାଷ ଓ ଚାଷୀଙ୍କୁ ଅଣଦେଖା ପ୍ରତିବାଦରେ ଚାଷୀ ନେତା କ୍ଷମାନିଧି ଦଳପତି, କୃଷ୍ଣଚନ୍ଦ୍ର ନାୟକ, ଶ୍ୟାମସୁନ୍ଦର ବିଶ୍ୱାଳ ସମେତ ବହୁ ଚାଷୀ ନେତା କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ତୀବ୍ର ସମାଲୋଚନା କରିଛନ୍ତି। ଏଥିରେ ଜିଲା କୃଷକ ମହା ସଂଘ ସଦସ୍ୟ ଯତି ପଧାନ ଯୋଗ ଦେଇ ଚାଷୀ ମାରଣ ସରକାର ବୋଲି କହିଛନ୍ତି। ଆନ୍ଦୋଳନ ଯୋଗୁ ରାଜପଥର ଉଭୟ ପଟରେ ଶହ ଶହ ଯାନବାହନ ଅଟକି ରହିଛି। ଜିଲାପାଳ ଆସି ଆଲୋଚନା ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri