ଚାଷୀଙ୍କୁ ମିଳିନି ଫସଲ ବୀମା ରାଶି, ଘେରିଲେ ସମବାୟ ସମିତି କାର୍ଯ୍ୟାଳୟ

ସିଂହପୁର,୨୧ା୯(ଅନଙ୍ଗ ଉଦୟ ବେଉରା): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି କୃଷିସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଶହଶହ ଚାଷୀ ଦୀର୍ଘ ୩ ଘଣ୍ଟା କାଳ ଘେରି ରହିଥିଲେ।

ସୂଚନାଯୋଗ୍ୟ, ୨୦୨୩ ଖରିଫ ଋତୁ ଫସଲ କ୍ଷତି ବାବଦ ଜରି ପଞ୍ଚାୟତରେ ଶତକଡା ୩୭ ଭାଗ କ୍ଷତି ହୋଇଥିବା ସରକାରୀ ରିପୋର୍ଟ ଆଧାରରେ ଜରି ପଞ୍ଚାୟତର ବୀମାଭୁକ୍ତ ଚାଷୀଙ୍କ ଜମାଖାତାକୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ଆସିଥିବା ବେଳେ ବହୁ ଯୋଗ୍ୟ ଚାଷୀ ଏହି ଅର୍ଥ ପାଇବାରୁ ବଞ୍ଚିତ ହୋଇଛନ୍ତି। ଚାଷୀମାନେ ବାରମ୍ବାର ସମବାୟ ସମିତି କାର୍ଯ୍ୟାଳୟକୁ ଯାଇ ନିରାଶ ହେବାପରେ ଆଜି ଦଳ ମତ ନିର୍ବିଶେଷରେ ଶହ ଶହ ଚାଷୀ ଜରି ସମବାୟ ସମିତି କାର୍ଯ୍ୟାଳୟକୁ ଯାଇ ଲିଖିତ ଦାବିପତ୍ର ଦେବା ସହିତ ଘଣ୍ଟା ଘଣ୍ଟା ଧରି କାର୍ଯ୍ୟାଳୟକୁ ଘେରି ରହିଥିଲେ। ପୋଲିସ ଖବର ପାଇ ଘଟଣାସ୍ଥଳକୁ ଆସି ବୁଝାଶୁଝା କଲା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।ସଂଗେ ସଂଗେ ସମିତିର ସଭାପତି, ସମ୍ପାଦକ, ସମିତିର ବୋର୍ଡ଼ ସଦସ୍ୟ,ସଦସ୍ୟା, ଜରି ପଞ୍ଚାୟତର ସରପଞ୍ଚ, ପ୍ରାକ୍ତନ ସରପଞ୍ଚ,ଚାଷୀ ନେତୃବୃନ୍ଦ ପ୍ରମୁଖ ବସି ଚାଷୀଙ୍କ ଦ୍ୱାରା ପ୍ରଦତ୍ତ ୩ ଦଫା ଦାବି ସମ୍ପର୍କରେ ବିଷଦ ଆଲୋଚନା କରାଯାଇ ଆସନ୍ତା ଦୁଇ ସପ୍ତାହ ମଧ୍ୟ ଚାଷୀଙ୍କ ମୌଳିକ ଦାବି ପୂରଣ କରାଯିବ ବୋଲି ନିର୍ଭର ପ୍ରତିଶ୍ରୁତି ସମିତିର ସଭାପତି ଦିଲ୍ଲୀପ ରାଉତ ଓ ସମ୍ପାଦକ ଗୋପାଳ ସ୍ବାଇଁ ଘେରି ରହିଥିବା ଉତ୍ତ୍ୟକ୍ତ ଚାଷୀଙ୍କୁ ଜଣାଇବା ପରେ ଚାଷୀମାନେ ଶାନ୍ତ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri