ମହଜୁଦ୍‌ ଥାଇ ବି ଚାଷୀଙ୍କୁ ଦେଲେନି ସାର

ବୁଗୁଡ଼ା,୨୦ା୮(ଡି.ଏନ୍‌.ଏ.)- ବୁଗୁଡ଼ାର କେତେକ ସାର ଦୋକାନରେ ସାର ମହଜୁଦ ଥାଇ ମଧ୍ୟ ଚାଷୀଙ୍କୁ ଦିଆଯାଉ ନ ଥିଲା। ଏ ନେଇ ଚାଷୀମାନେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ପ୍ରଶାସନର ହସ୍ତକ୍ଷେପ ଫଳରେ ଚାଷୀ ସାର ପାଇଥିବା ଜଣାପଡ଼ିଛି। ବର୍ତ୍ତମାନ ଚାଷ ପାଇଁ ଜମିରେ ସାର ଆବଶ୍ୟକ ପଡ଼ୁଛି। ବୁଗୁଡ଼ାର କେତେଜଣ ଡିଲରଙ୍କ ପାଖରେ ସାର ମହଜୁଦ ଥିଲେ ମଧ୍ୟ ସେମାନେ ଚାଷୀଙ୍କୁ ବିକ୍ରୟ କରୁ ନଥିଲେ। ବୁଧବାର ଶତାଧିକ ଚାଷୀ ସାର ନେବାକୁ ଡିଲର ଦୋକାନକୁ ଆସିଥିଲେ ମଧ୍ୟ ସେମାନଙ୍କୁ ଫେରାଇ ଦିଆଯାଇଥିଲା। ଏଥିରେ ସେମାନେ ଅସନ୍ତୋଷ ପ୍ରକାଶ କରି ତହସିଲ କାର୍ଯ୍ୟାଳୟ ଯାଇ ବିକ୍ଷୋଭ ପ୍ରଦର୍ଶନ କରଥିଲେ। ସାର ଯୋଗାଇ ଦେବା ବ୍ୟବସ୍ଥା କରିବାକୁ ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଥିଲେ। ତହସିଲଦାର ସଂଗ୍ରାମ କେଶରୀ ଜେନା ତୁରନ୍ତ ସହ କୃଷି ଅଧିକାରୀ ନିହାର ରଞ୍ଜନ ପୃଷ୍ଟିଙ୍କୁ ଏହା ଜଣାଇ ସମସ୍ୟା ସମାଧାନ କରିବାକୁ କହିଥିଲେ। ପରେ କୃଷି ଅଧିକାରୀ ଚାଷୀମାନଙ୍କ ସହ ଆସି ଡିଲରଙ୍କ ଠାରୁ ସାର କ୍ରୟ କରିବା ବ୍ୟବସ୍ଥା କରିଥିଲେ। ଏଥିସହ ସାର ବିକ୍ରୟରେ ଅବହେଳା ନ କରିବା ପାଇଁ ଡିଲରମାନଙ୍କୁ ତାଗିଦ ମଧ୍ୟ କରିଥିଲେ। ୨ଟି ଦୋକାନରୁ ଚାଷୀମାନଙ୍କୁ ସାର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?