ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳାବର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଲାପାଣି ଛକରେ ରହୁଥିବା ଏସ୍‌. ସତରାଜୁ(୬୫) । ସେ ଜମି ହିଡକୁ ଘାସ କାଟିବାକୁ ଯାଉଥିଲେ। ହେଲେ ସେ ଜମି ହିଡରେ ଛିଣ୍ଡି ପଡି ଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ ଏବଂ କର୍ତ୍ତବ୍ୟରେ ଅବହେଲା କରିଥିବା ବିଦ୍ୟୁତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ଏପରି କି ଉତ୍ତ୍ୟକ୍ତ ଲୋକେ କଲାପାଣି ଛକରେ ୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri