ପୂଜାର୍ଚ୍ଚନା କରି ମଣ୍ଡିରେ ଧାନ ପୂରାଇଲେ ଚାଷୀ, ଆସନ୍ତାକାଲିଠାରୁ ପ୍ରତିଦିନ…

ଅତାବିରା, ୨୦।୧୧(ଯୁଧିଷ୍ଠିର ମହାପାତ୍ର ): ଚଳିତ ବର୍ଷ ଖରିଫ ଧାନ କିଣା ବିକା ପ୍ରକ୍ରିୟା ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ରାଜ୍ୟର ଭାତ ହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଅତାବିରା ଅଞ୍ଚଳରେ ସର୍ବପ୍ରଥମେ ଧାନ କିଣା ବିକା ପ୍ରକ୍ରିୟା ଆରମ୍ଭ ହୋଇଥାଏ । କିନ୍ତୁ ଏ ବର୍ଷ ଭଲ ଧାନ ଅମଳ ହେବା ସହ ଆଗକୁ ଆସୁଥିବା ବର୍ଷାକୁ ନେଇ ଚିନ୍ତାରେ ପଡ଼ିଛି ଚାଷୀ। ବିଗତ ବର୍ଷମାନଙ୍କରେ ନଭେମ୍ବର ୨୦ ତାରିଖ ପୂର୍ବରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ହେଲେ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ତରଫରୁ ବିଳମ୍ବ ହେଉଥିବା ଦେଖି ଚାଷୀଙ୍କ ଅସନ୍ତୋଷ ବଢ଼ିଛି । ସେଥିପାଇଁ ଗୁରୁବାର ଅତାବିରା ମାର୍କେଟ ୟାର୍ଡରେ ଚାଷୀ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ବିଧିବଦ୍ଧ ଭାବରେ ପୂଜାର୍ଚ୍ଚନା କରିଛନ୍ତି । ଅମଳ ହୋଇଥିବା ଚାଷୀଙ୍କ ୩୩୩ ପ୍ୟାକେଟ ଧାନ ଆଣି ରଖିଛନ୍ତି । ଆସନ୍ତାକାଲିଠାରୁ ପ୍ରତିଦିନ ଧାନ ଆସିବ ବୋଲି କହିଛନ୍ତି ଚାଷୀ ନେତା ବୀରେନ୍ଦ୍ର କର। ପ୍ରଥମେ ମଣ୍ଡିକୁ ଧାନ ଆଣିଥିବା ଚାଷୀ ରେଡ୍ଡୀ ରାଜେଶ କୁମାରଙ୍କ ୧୭୨, ପଟାବି ଭାଙ୍କାଙ୍କ ୧୬୧ପ୍ୟାକେଟ ଧାନକୁ ପୂଜାର୍ଚ୍ଚନା କରିବା ସହ ଉଭୟ ଚାଷୀଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି । ଏଥିରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସ୍ଥାନୀୟ ସଭାପତି ବୀରେନ୍ଦ୍ର କରଙ୍କ ସମେତ ବୁଦ୍ଧଦେବ ନନ୍ଦ, ଦଶରଥ ଭୋଇ, ଅଶ୍ୱିନୀ ତ୍ରିପାଠୀ, ପାପ ରାଓ, ସୁରେଶ କର୍ଣ୍ଣ, ସମୀର ପ୍ରଧାନ, ଭୁବନ ପ୍ରଧାନ, କେ ରାମବାବୁ, ପ୍ରମୁଖ ବହୁ ଚାଷୀ ଉପସ୍ଥିତ ଥିଲେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri