ପୂଜାର୍ଚ୍ଚନା କରି ମଣ୍ଡିରେ ଧାନ ପୂରାଇଲେ ଚାଷୀ, ଆସନ୍ତାକାଲିଠାରୁ ପ୍ରତିଦିନ…

ଅତାବିରା, ୨୦।୧୧(ଯୁଧିଷ୍ଠିର ମହାପାତ୍ର ): ଚଳିତ ବର୍ଷ ଖରିଫ ଧାନ କିଣା ବିକା ପ୍ରକ୍ରିୟା ବିଳମ୍ବକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ରାଜ୍ୟର ଭାତ ହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଅତାବିରା ଅଞ୍ଚଳରେ ସର୍ବପ୍ରଥମେ ଧାନ କିଣା ବିକା ପ୍ରକ୍ରିୟା ଆରମ୍ଭ ହୋଇଥାଏ । କିନ୍ତୁ ଏ ବର୍ଷ ଭଲ ଧାନ ଅମଳ ହେବା ସହ ଆଗକୁ ଆସୁଥିବା ବର୍ଷାକୁ ନେଇ ଚିନ୍ତାରେ ପଡ଼ିଛି ଚାଷୀ। ବିଗତ ବର୍ଷମାନଙ୍କରେ ନଭେମ୍ବର ୨୦ ତାରିଖ ପୂର୍ବରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ହେଲେ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ତରଫରୁ ବିଳମ୍ବ ହେଉଥିବା ଦେଖି ଚାଷୀଙ୍କ ଅସନ୍ତୋଷ ବଢ଼ିଛି । ସେଥିପାଇଁ ଗୁରୁବାର ଅତାବିରା ମାର୍କେଟ ୟାର୍ଡରେ ଚାଷୀ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ବିଧିବଦ୍ଧ ଭାବରେ ପୂଜାର୍ଚ୍ଚନା କରିଛନ୍ତି । ଅମଳ ହୋଇଥିବା ଚାଷୀଙ୍କ ୩୩୩ ପ୍ୟାକେଟ ଧାନ ଆଣି ରଖିଛନ୍ତି । ଆସନ୍ତାକାଲିଠାରୁ ପ୍ରତିଦିନ ଧାନ ଆସିବ ବୋଲି କହିଛନ୍ତି ଚାଷୀ ନେତା ବୀରେନ୍ଦ୍ର କର। ପ୍ରଥମେ ମଣ୍ଡିକୁ ଧାନ ଆଣିଥିବା ଚାଷୀ ରେଡ୍ଡୀ ରାଜେଶ କୁମାରଙ୍କ ୧୭୨, ପଟାବି ଭାଙ୍କାଙ୍କ ୧୬୧ପ୍ୟାକେଟ ଧାନକୁ ପୂଜାର୍ଚ୍ଚନା କରିବା ସହ ଉଭୟ ଚାଷୀଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି । ଏଥିରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନର ସ୍ଥାନୀୟ ସଭାପତି ବୀରେନ୍ଦ୍ର କରଙ୍କ ସମେତ ବୁଦ୍ଧଦେବ ନନ୍ଦ, ଦଶରଥ ଭୋଇ, ଅଶ୍ୱିନୀ ତ୍ରିପାଠୀ, ପାପ ରାଓ, ସୁରେଶ କର୍ଣ୍ଣ, ସମୀର ପ୍ରଧାନ, ଭୁବନ ପ୍ରଧାନ, କେ ରାମବାବୁ, ପ୍ରମୁଖ ବହୁ ଚାଷୀ ଉପସ୍ଥିତ ଥିଲେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri