ଧାନ ଉଠାଇବା ଦାବିରେ ସିଏସ୍‌ଓ ଅଫିସରେ ପଶିଲେ ଚାଷୀ, ସିଏସ୍‌ଓ କହିଲେ-ଖୁବ୍‌ଶୀଘ୍ର…

ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ବହୁ ଚାଷୀ ସୋମବାର ସିଏସଓ ଅଫିସରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମିଳିତ କୃଷକ ମଞ୍ଚ ପକ୍ଷରୁ ଚାଷୀନେତା ଆକାଶ ମିଶ୍ର, ଚଗଲା ପରିଚ୍ଛା ଓ ଅନ୍ୟମାନେ ବଲାଙ୍ଗୀର ସିଏସ୍‌ଓ ଅଫିସରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଗତ ୨୩ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଆଗଲପୁର ଓ ନଅଗାଁ ମଣ୍ଡିରେ ଜଣେ ବି ଚାଷୀଙ୍କ ଧାନ କିଣା ଆରମ୍ଭ ହୋଇନାହିଁ। ଯେଉଁ ଦୁଇ ମିଲର୍ସଙ୍କୁ ଏଠାରେ ଟ୍ୟାଗ୍‌ କରାଯାଇଛି ତାଙ୍କୁ ଶୀଘ୍ର ବଦଳାଯାଉ ବୋଲି ଚାଷୀମାନେ ଦାବି କରିଛନ୍ତି। ସିଏସ୍‌ଓ ଏ ଦିଗରେ ଶୀଘ୍ର ସୁବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri