ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ ରବିଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ହୋଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ଚାଷୀମାନେ ରାଜରାସ୍ତାରେ ରଣହୁଙ୍କାର ଦେଇଛନ୍ତି। ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ପ୍ରକଳ୍ପ ଅଞ୍ଚଳ ଚାଷୀ ସଂଘର ଆହ୍ବାନ କ୍ରମେ କୋକସରାଠାରେ ୨୬ ନମ୍ବର ଜାତୀୟ ରାଜପଥକୁ ଚାଷୀମାନେ ଅବରୋଧ କରିଥିଲେ। ଫଳରେ ଭବାନୀପାଟଣା-ଜୟପୁର ଯାନବାହନ ଚଳାଚଳ ବନ୍ଦ ରହିଥିଲା। ସଂଘ ସଭାପତି ପୁରୁଷୋତ୍ତମ ଦାସଗୁପ୍ତାଙ୍କ ସଭାପତିତ୍ୱରେ ରାଜରାସ୍ତା ଉପରେ କୋକସରା, ଜୟପାଟଣା ଓ ଧର୍ମଗଡ଼ ଅଞ୍ଚଳର ହଜାର ହଜାର ଚାଷୀ ପ୍ରତିବାଦ କରି ସରକାରଙ୍କୁ ଜବାବ ମାଗିଛନ୍ତି। ଆନ୍ଦୋଳନକୁ ବିଜେଡ଼ି, କଂଗ୍ରେସ, ଓଡ଼ିଶା ଜନତା କଂଗ୍ରେସ ଦଳ ସମେତ ବିଭିନ୍ନ ସାମାଜିକ ସଂଗଠନ ସମର୍ଥନ ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂଦେଓ, ପୂର୍ବତନ ବିଧାୟକ ମୌଷଧି ବାଗ, ପୂର୍ବତନ ବିଧାୟକ ଗୋବର୍ଦ୍ଧନ ଦାସ, ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର, ଓଡ଼ିଶା ଜନତା କଂଗ୍ରେସ ଦଳର ନେତା ମଧୁ ମହାନ୍ତି, ସଂଗ୍ରାମୀ ନେତା ଦିଗମ୍ବର ଦୁରିଆ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ବିଜେଡି ନେତା ବଦ୍ରି ନାରାୟଣ ପଟ୍ଟନାୟକ, ସନ୍ତୋଷ ପାଢ଼ୀ ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇ ସରକାର ବିରୋଧରେ ଗର୍ଜିଥିଲେ। ଦାବି ପୂରଣ ନ ହେଲେ ପ୍ରତ୍ୟେକ ସ୍ଥାନରେ ବିରୋଧ କରାଯିବ ବୋଲି କଡ଼ା ଚେତାବନୀ ଦେଇଥିଲେ। ଅନ୍ୟପଟେ ଯେପର୍ଯ୍ୟନ୍ତ ସରକାର ଧାନ କ୍ରୟ ନିଷ୍ପତ୍ତି ନ ନେଇଛନ୍ତି ସେପର୍ଯ୍ୟନ୍ତ ଏହି ରାଜପଥ ଅବରୋଧ ବଳବତ୍ତର ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଆନ୍ଦୋଳନ ପୂର୍ବରୁ ପିକେଟିଂ କରାଯାଇ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ବ୍ୟାଙ୍କ ସମେତ ବିଭିନ୍ନ କାର୍ଯ୍ୟାଳୟକୁ ଯାଇ ବନ୍ଦ କରିଥିଲେ। ତେବେ ସକାଳ ୬ଟାଠାରୁ ଆନ୍ଦୋଳନ ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୪ଟା ସୁଦ୍ଧା ଆନ୍ଦୋଳନ ସ୍ଥଳରେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନ ଥିଲେ। ପ୍ରକାଶ ଯେ, ଚଳିତ ରବି ଋତୁରେ ଇନ୍ଦ୍ରାବତୀ ମେଗା ଲିଫ୍ଟ ଜଳସେଚନ ଜରିଆରେ ଜୟପାଟଣା, କୋକସରା, ଧର୍ମଗଡ ଓ ଜୁନାଗଡ଼ ବ୍ଲକର ୧୨ ହଜାରରୁ ଊର୍ଦ୍ଧ୍ୱ ଚାଷୀ ୧୮,୮୮୫ ହେକ୍ଟର ଜମିରେ ଚାଷ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?