ମଣ୍ଡିରୁ ଉଠୁନି ଧାନ, ଧାରଣାରେ ଚାଷୀ

ନୂଆପଡ଼ା,୧୭।୬ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ସାରାବଙ୍ଗ ପ୍ରାଥମିକ କୃଷି ସମବାୟ ସମିତି ଅଧୀନସ୍ଥ ସାରାବଙ୍ଗ, ଖୁଟମନ ଭେରା ଓ ମୋହରାଡିହି ମଣ୍ଡିରୁ ସପ୍ତାହରୁ ଊର୍ଦ୍ଧ୍ୱ ହେବ ମିଲର୍ସ ଧାନ ଉଠାଉନାହାନ୍ତି। ଏହାର ପ୍ରତିବାଦରେ ସୋମବାର ଶତାଧିକ ଚାଷୀ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ଦୁଇଦିନ ମଧ୍ୟରେ ସମସ୍ତଙ୍କ ଧାନ ଉଠାଯିବ ବୋଲି ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ ରାଉତରାୟ ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ସାରାବଙ୍ଗ ମଣ୍ଡିରେ ୮ ହଜାର କୁଇଣ୍ଟାଲ, ପଞ୍ଚମପୁର ମଣ୍ଡିରେ ୧୯ ହଜାର, ମୋହରାଡିହି ମଣ୍ଡିରେ ୮ ହଜାର, ମୋଟା ନୂଆପଡାରେ ୬ ହଜାର, ନୂଆପଡା ମଣ୍ଡିରେ ୮ ହଜାର କୁଇଣ୍ଟାଲ ଧାନ ପଡି ରହିଛି। ନୂଆପଡା ବ୍ଲକ ଅଧୀନ ୮ ପାକ୍ସରେ ଥିବା ମଣ୍ଡିରେ ନିୟମିତ ଧାନ ଉଠାଣ ହେଉ ନାହିଁ। ଲଘୁଚାପ ଜନିତ ବର୍ଷା ଯୋଗୁ ଧାନ ଗଜା ହେବାକୁ ବସିଲାଣି। ମଣ୍ଡିରେ ଚାଷୀ ଧାନ ରଖି ଚିନ୍ତାରେ ପଡିଯାଇଛି। ବର୍ତ୍ତମାନ ଖରିଫ ଚାଷ ସମୟ ହୋଇଗଲାଣି। ହେଲେ ସେଥିରେ ସମୟ ଦେଇ ନ ପାରି ଚାଷୀ ମଣ୍ଡିରେ ଧାନ ରଖି ଜଗିରହିଛି। ଆସନ୍ତା ୨ ଦିନ ମଧ୍ୟରେ ଧାନ ନ ଉଠାଇଲେ ଆନ୍ଦୋଳନ କରିବୁ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି। ଏହି ସମୟରେ ଜିଲା ପରିଷଦ ସଭ୍ୟ ଭରତ ଲାଲ ରାଉତ, ସଦର ବ୍ଲକ ଉପାଧ୍ୟକ୍ଷ ଦିଲିପ ନିର୍ମଲକର, ରାଜେଶ ସାହୁ, ଟାଟୁରାମ ପାଣ୍ଡେ, ଅଯୋଧ୍ୟା ସାହୁ, ୟସ ଦେବାଙ୍ଗନ, ରାମ ଚରଣ ସାହୁ, କମଲେଶ ଦୀକ୍ଷିତ, ରାଜୁ ଦେବାଙ୍ଗନ, ଦୀପକ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri