ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ ଛତ୍ରପୁରସ୍ଥିତ ଜିଲା ଯୋଗାଣ ଅଧିକାରଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସମସ୍ତ ଚାଷୀଙ୍କ କିପରି ଧାନ କିଣାଯିବ, କଟନୀ ଛଟନୀ ବନ୍ଦ, ସମ୍ପୂର୍ଣ୍ଣ ଭାବେ ଧାନ ମଣ୍ଡି ଖୋଲିବା ଆଦି ସମ୍ପର୍କରେ ଋଷିକୁଲ୍ୟା ରୟତ ମହାସଭା ସମ୍ପାଦକ ସିମାଞ୍ଚଳ ନାହାକ ବୈଠକରେ ଦାବି ଉପସ୍ଥାପନ କରିଥିଲେ । ଏଥିସହ ପଞ୍ଜୀକୃତ ହୋଇଥିବା ସମସ୍ତ ଚାଷୀ ଓ ଭାଗଚାଷୀଙ୍କ ତାଲିକା ସୋସାଇଟି ଏବଂ ପଞ୍ଚାୟତ ଗୃହରେ ଟଙ୍ଗାଇବା, ଜିଲାସ୍ତରରେ ଧାନ କିଣା ପାଇଁ ନୋଡ଼ାଲ ଅଫିସର ନିଯୁକ୍ତ, ସ୍ଥାୟୀ ମଣ୍ଡି ନିର୍ମାଣ ହେବା ପର୍ଯ୍ୟନ୍ତ ବିଗତ ବର୍ଷ ଭଳି ଚାଷୀଙ୍କ ସୁବିଧା ଅନୁଯାୟୀ ପ୍ରତି ପଞ୍ଚାୟତରେ ଅତି କମରେ ୩ଟି ଧାନ କିଣା କେନ୍ଦ୍ର ଖୋଲିବା, ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଧାନ କିଣିବା, ଧାନ କିଣା କମିଟିରେ ପ୍ରତି ଗ୍ରାମର ୫ ଜଣ ଚାଷୀ ପ୍ରତିନିଧିଙ୍କୁ ସାମିଲ କରି ତାଙ୍କୁ ତାଲିମ ଦେଇ ତାଙ୍କର ପରାମର୍ଶରେ ଧାନ କିଣିବା, ପ୍ରଥମେ ଭାଗ ଚାଷୀ ଓ ଛୋଟ ଚାଷୀଙ୍କ ଧାନ କିଣିବା, କଟନୀ ଛଟନୀ କରାଗଲେ ଏମଆଇ ଏବଂ ସୋସାଇଟି ଇନ୍ସପେକ୍ଟର ଉତ୍ତର ଦାୟୀ ରହିବା ଓ ତୁରନ୍ତ ସମସ୍ତ ମଣ୍ଡି ଖୋଲି ଧାନ କିଣିବା ଆଦି ଦାବି ସମ୍ପର୍କରେ ଉପସ୍ଥିତ ଚାଷୀମାନେ ଆଲୋଚନା କରିଥିଲେ । ବୈଠକରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାୟଙ୍କ ସହ ଯୋଗାଣ ଓ ସମବାୟ ବିଭାଗର ପଦସ୍ଥ ଅଧିକାରୀ,ଚାଷୀ ନେତା ବିଜୟ ସ୍ବାଇଁ, ପୂର୍ଣ୍ଣ ଦାଶ, ରାମ ମୋହନ ପଣ୍ଡା, ପଦ୍ମ ଚରଣ ସାହୁ, ରାଜ କିଶୋର ବସ୍ତିଆ ଓ ଶରତ ପଟ୍ଟନାୟକଙ୍କ ସମେତ ବହୁ ଚାଷୀ ମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri