ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ ଆଉକେବେ ରାଇସ୍‌ ମିଲ୍‌ରେ କଟନୀଛଟନୀ ହୋଇଥାଏ। କଟନୀଛଟନୀ ବିନା ଧାନ ଉଠାଇବାକୁ ମିଲର୍ସମାନେ ସାଧାରଣତଃ ସହମତ ହୋଇ ନଥାନ୍ତି। ତେବେ ରାଜ୍ୟରେ ଶାସନକୁ ଆସିବା ପୂର୍ବରୁ ଏହି ଧାନ କଟନୀଛଟନୀକୁ ଭାଜପା ଏକ ପ୍ରସଙ୍ଗ କରି ତତ୍କାଳୀନ ବିଜେଡ଼ି ସରକାରକୁ ଘେରିଥିଲା। ଏପରିକି ନିର୍ବାଚନୀ ପ୍ରଚାର ସମୟରେ ମଧ୍ୟ ଭାଜପା ଏହାକୁ ଏକ ପ୍ରସଙ୍ଗଭାବେ ରଖିଥିଲା। ତେବେ ସରକାର ସିନା ବଦଳିଲା, ମଣ୍ଡିରେ ଧାନବିକ୍ରି ସମୟରେ ପୂର୍ବବତ୍‌ କଟନୀଛଟନୀ ଲାଗି ରହିଛି। ଅନ୍ୟପଟେ ଧାନର ଗୁଣମାନ ପରୀକ୍ଷା ପାଇଁ ମଣ୍ଡି ଗୁଡ଼ିକରେ ଗ୍ରେନ୍‌ ଏନାଲାଇଜର ମେଶିନ ବସାଗଲା। ତେବେ ଏଭଳି କଟନୀଛଟନୀକୁ ବିରୋଧ କରି ଅନେକ ସମୟରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଳାଇଥିବା ନଜୀର ରହିଛି। ମାତ୍ର ମଙ୍ଗଳବାର ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗା ମଣ୍ଡିରେ ଧାନବିକ୍ରି ସମ୍ଯଯା ନେଇ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ସେଠାରେ ପ୍ରଶାସନ, ଚାଷୀ ଏବଂ ମିଲର୍ସ ପ୍ରତିନିଧିଙ୍କ ଉପସ୍ଥିତିରେ ହୋଇଥିବା ତ୍ରିପାକ୍ଷିକ ଆଲୋଚନାରେ ଅତାବିରା ବ୍ଲକର ସମସ୍ତ ମଣ୍ଡିରେ କୁଇଣ୍ଟାଲ ପ୍ରତି ୧ କେଜି ଧାନ କଟନୀଛଟନୀ କରାଯିବା ନିଷ୍ପତ୍ତି ଏବଂ ସେଭଳି ନିଷ୍ପତ୍ତି ଉପରେ ସରକାରୀ ଅଧିକାରୀ ମୋହର ମାରିବା(ଦସ୍ତଖତ ଦେବା) ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?