ଜୋଲକୋ ଚେକ୍‌ଡ୍ୟାମରୁ ଜଳସେଚନ ସୁବିଧା ପାଇ ଚାଷୀ ଖୁସି

କେସିଙ୍ଗା,୧୮ା୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜୋଲକୋ ଚେକ୍‌ଡ୍ୟାମ ମାଧ୍ୟମରେ ଜଳସେଚନ ସୁବିଧା ପାଇଁ ଚାଷୀମାନେ ଖୁସିବ୍ୟକ୍ତ କରିଛନ୍ତି। ସୂଚନା ଅନୁସାରେ ଅଞ୍ଚଳ ଦେଇ ପ୍ରବାହିତ ରେତନଦୀର ଉଭୟ ପାର୍ଶ୍ୱରେ ଥିବା ଚାଷଜମିକୁ ଚାଷୀମାନେ ଉଠା ଜଳସେଚନ ପଏଣ୍ଟ ସାହାଯ୍ୟରେ ପାଣି ମଡାଉଥିଲେ। କିନ୍ତୁ ଗ୍ରୀଷ୍ମଋତୁରେ ରେତନଦୀରେ ଜଳସ୍ରୋତ ଶୁଖିଯାଇ ଜଳ ସଙ୍କଟ ଦେଖାଦେଉଥିଲା। ପାଣି ଅଭାବରୁ ଧାନଫସଲ ନଷ୍ଟ ହେବା ଭଳି ପରିସ୍ଥିତି ଉପୁଜୁଥିଲା। ଏହାକୁ ଦୃଷ୍ଟିରେ ରଖି ତତ୍କାଳୀନ ରାଜ୍ୟ ସରକାର ଏକ ବୃହତ ମେଗା ଉଠା ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିଥିଲେ। ୨୦୧୫ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଥିଲେ। ହେଲେ ସେ ସମୟରେ ନଦୀରେ ପର୍ଯ୍ୟାପ୍ତ ପରିମାଣର ଜଳ ନ ଥିବାରୁ ଏହା ବିଫଳ ହୋଇଥିଲା। ପରେ ଚାଷୀଙ୍କ ଦାବି କ୍ରମେ ସରକାର ଜୋଲକୋ ନିକଟ ରେତନଦୀ ମଧ୍ୟରେ ଏକ ଚେକ୍‌ଡେମ ନିର୍ମାଣ କାମ ଆରମ୍ଭ କରି ସମ୍ପୂର୍ଣ୍ଣ କରିଥିଲେ। ବର୍ତ୍ତମାନ ଚେକଡ୍ୟାମରେ ୧୨ ଫୁଟ ଉଚ୍ଚତାରେ ପାଣି ଗଚ୍ଛିତ ରହୁଛି। ଏହା ଦ୍ୱାରା ଏବେ ଖରାଦିନରେ ଚାଷୀମାନେ ରବିଚାଷ କରିପାରୁଛନ୍ତି। ଦାବି ପୂରଣ ହୋଇଥିବାରୁ ଚାଷୀମାନେ ଏବେ ଖୁସି ହୋଇ ତତ୍କାଳୀନ ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ଆଜି, ୨୨ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ,୨୧।୬(ପି.ଟି.): ରବିବାର ଅନୁଷ୍ଠିତ ହେବାକୁ ଥିବା ଡାକ୍ତରୀ ଶିକ୍ଷା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି-ୟୁଜି)କୁ ନିର୍ବିଘ୍ନ, ସୁରକ୍ଷିତ ଓ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଶନିବାର ଦେଶବ୍ୟାପୀ…

ଧର୍ମେନ୍ଦ୍ର ଇସ୍ତଫା ନ ଦେବା ଯାଏ ଯନ୍ତରମନ୍ତର ଛାଡ଼ିବୁନୁ: ଦୀପ୍‌କେ

ନୂଆଦିଲ୍ଲୀ,୨୧।୬(ପି.ଟି.): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେବା ଯାଏ ନୂଆଦିଲ୍ଲୀର ଯନ୍ତରମନ୍ତର ଛାଡ଼ିବେ ନାହିଁ ବୋଲି କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପ୍ରତିଷ୍ଠାତା ଅଭିଜିତ…

୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)।…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri