ପ୍ରଧାନମନ୍ତ୍ରୀ ଫସଲବୀମା ଦାବିରେ ଚାଷୀଙ୍କ ରାଜପଥ ଅବରୋଧ

ଲୋଇସିଂହା,୬।୯: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର କେତେକ ପଞ୍ଚାୟତର ଚାଷୀ ୨୦୨୦-୨୧ ପ୍ରଧାମନ୍ତ୍ରୀ ଫସଲ ବୀମା ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି l ଏହାର ପ୍ରତିବାଦରେ ଜୁଲାଇ ୨୬ରେ ଚାଷୀ ରାଜପଥ ଅବରୋଧ କରିଥିଲେ। ହେଲେ କୌଣସି ସୁଫଳ ମିଳି ନ ଥିଲା। ମଙ୍ଗଳବାର ପୁଣି ଲୋଇସିଂହା ଥାନା ଅନ୍ତର୍ଗତ ରୁଗୁଡ଼ିଖାଲଠାରେ ଆଗଲପୁର ବ୍ଲକ କୃଷକ ସଂଘ ସଭାପତି ରତ୍ନାକର ମିଶ୍ରଙ୍କ ଅଧ୍ୟକ୍ଷତାରେ ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଏଥିରେ ନୁନିଆପାଲି, ଝାରଣୀପାଲି ନଅଗା(ଖ), ବେନ୍ଦ୍ରା, ସଲେଭଟା, ପଟୁଆପାଲି ପଞ୍ଚାୟତର ଚାଷୀ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ଆନ୍ଦୋଳନରେ ଜିଲା କୃଷକ ମହାସଂଘ ସଭପତି ଜ୍ୟୋତି ପଧାନ, ସୌମେନ୍ଦ୍ର ପରିଚ୍ଛା, ବଲାଙ୍ଗୀର କୃଷକ ସଂଘର୍ଷ ସଙ୍ଘ ସଭାପତି ବିଭୂତି ମିଶ୍ର ସାମିଲ ହୋଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସକାଳ ୮ଟାରୁ ଆନ୍ଦୋଳନ ଜାରି ରହିଥିଲେ ବି ଜିଲା ପ୍ରଶାସନ ପକ୍ଷରୁ କେହି ଆଲୋଚନା ପାଇଁ ଆସି ନ ଥିବା ଜଣାପଡ଼ିଛି। ଏହାକୁ ନେଇ ବିକ୍ଷୋଭ ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ବିକ୍ଷୋଭକାରୀଙ୍କ ବିନା ଅନୁମତିରେ କୋସଲ ଯୁବ କମିଟି ସଦସ୍ୟ ବିକ୍ଷୋଭ ସ୍ଥଳରେ ନାରାବାଜି କରିଥିଲେ। ଏହାକୁ ନେଇ କୋସଲ ଯୁବ ସଦସ୍ୟ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?