ଜମି ହରାଇବା ଆଶଙ୍କାରେ ଚାଷୀ

କଳିଙ୍ଗନଗର,୫ା୨(ଡି.ଏନ.ଏ.): ଐତିହ୍ୟ ବ୍ୟାସସରୋବର ମନ୍ଦିର ସୌନ୍ଦର୍ଯ୍ୟକରଣ ନିମନ୍ତେ ପ୍ରକିୟା ଆରମ୍ଭ ହୋଇଛି। ଏଥିଲାଗି ୨୯୪ ଏକର ଜମିର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଜିଲା ଖଣିଜ ନ୍ୟାସ ପାଣ୍ଠିରୁ ୬୪ କୋଟି ଟଙ୍କା ମଞ୍ଜୁର ମଧ୍ୟ କରିଛନ୍ତି। ତେବେ ଏହାକୁ ନେଇ ବ୍ୟାସନଗର ପୌରାଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳ ଯଥା ମୁଣ୍ଡମାଳ, ଖଣ୍ଡାହତା, ବୀରମଣିପୁର, ରାଛିପୁର, ଯୋଡ଼ାବର ଓ ଝାଟିଆସାହି ଆଦି ଗ୍ରାମର ଚାଷୀଙ୍କ ଚିନ୍ତା ବଢ଼ିଛି। ପ୍ରକଳ୍ପ ଲାଗି ସେମାନଙ୍କ ଜମି ଯିବା ଆଶଙ୍କା ସୃଷ୍ଟି ହୋଇଛି। ତେଣୁ ସେମାନେ ଶୁକ୍ରବାର କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ରଙ୍କୁ ଭେଟି ଏକ ଦାବିପତ୍ର ଦେଇଛନ୍ତି। ଉକ୍ତ ଦାବିପତ୍ରରେ ଦର୍ଶାଯାଇଛି ଯେ, ମନ୍ଦିର ପାଖାପାଖି ଅଞ୍ଚଳରେ ଥିବା ବିସ୍ତୃତ ଚାଷଜମିଗୁଡ଼ିକ ବ୍ୟକ୍ତିଗତ ମାଲିକାନାରେ ରହିଛି। ଉକ୍ତ ଜମିକୁ ୨୦୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ପିଢି ପରେ ପିଢି ବ୍ୟବହାର କରି ଆସୁଛନ୍ତି। ଏହି ଜମିରେ ଧାନ, ବିରି, କୋଳଥ, କଲରା, ପୋଟଳ ଏବଂ ଭେଣ୍ଡି ଫସଲ ଉପତ୍ାଦନ କରି ପରିବାର ପ୍ରତିପୋଷଣ କରୁଛନ୍ତି। ମାତ୍ର ବ୍ୟାସସରୋବର ଉନ୍ନତିକରଣ ନିମନ୍ତେ ସରକାର ଯେଉଁ ଚାଷ ଜମିଗୁଡିକ ହାତକୁ ନେଇଛନ୍ତି ଏଥିରେ ଆଇନସମ୍ମତ ଜମି ଅଧିଗ୍ରହଣ କରାଯାଇନାହିଁ।
ଚାଷୀମାନଙ୍କୁ ପୂର୍ବ ସୂଚନା ମଧ୍ୟ ଦିଆଯାଇନାହିଁ। କିନ୍ତୁ କାର୍ଯ୍ୟାଦେଶ ଦିଆଯାଇ କାର୍ଯ୍ୟ ଆରମ୍ଭ କରାଯାଉଛି। ଫଳରେ ଚାଷୀ ପରିବାର ପ୍ରତିପୋଷଣରେ ବାଧା ସୃଷ୍ଟି ହୋଇଛି। ଜମିଗୁଡିକର ପଟ୍ଟା ଚାଷୀମାନଙ୍କ ପାଖରେ ରହିଛି। କିଛି ଚାଷୀ ସବରେଜିଷ୍ଟ୍ରାର ଅଫିସରେ କିଣାବିକା ମଧ୍ୟ କରିଛନ୍ତି। ସରକାରଙ୍କୁ ଖଜଣା ଦେଇ ପାଉତି ବି କାଟୁଛନ୍ତି। ଅନ୍ୟ କେତେଜଣ ଚାଷୀ ରାଜାଙ୍କ ହାତପଟ୍ଟା ପାଇଛନ୍ତି। ଅନ୍ୟ କେତେଜଣଙ୍କ କାଗଜପତ୍ର ପ୍ରାକୃତିକ ବିପର୍ଯ୍ୟୟରେ ନଷ୍ଟ ହୋଇଥିବା ଜଣାପଡ଼ିଛି। ତେଣୁ ଏହାର ସୁଚିନ୍ତିତ ବିଚାର କରି ଚାଷୀଙ୍କୁ ନ୍ୟାୟ ଦେବାପାଇଁ ରମେଶ ଚନ୍ଦ୍ର ରାଉତ, ରବୀନ୍ଦ୍ର ରାଉତ, ମୁରଲୀଧର ପାତ୍ର, ସୁରେନ୍ଦ୍ର ନାୟକ, ଶ୍ରୀଧର ନାୟକ ପ୍ରମୁଖ ୫୦ରୁ ଊର୍ଦ୍ଧ୍ୱ ଚାଷୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri