ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୩୦ା୧୨(ପ୍ରେମାନନ୍ଦ ଖମାରୀ: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ସପ୍ତାହରୁ ଅଧିକ ସମୟ ବିତି ଯାଇଛି। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ ମଣ୍ଡିରୁ ଧାନ ଉଠାଯାଉ ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏ ନେଇ ବାରମ୍ବାର ଜିଲା ପ୍ରଶାସନକୁ ଜଣାଇବା ସତ୍ତ୍ବେ କିଛି ସୁଫଳ ମିଳି ନ ଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। କଟ୍‌ନିଛଟନିରେ ରାଜି ହେଲେ ଧାନ ଉଠୁଛି ଏବଂ ମଣ୍ଡିଗୁଡ଼ିକରେ ମିଲର୍ସ ଏବଂ ବେପାରୀଙ୍କ ଦାଦାଗିରି ବଢ଼ିଚାଲିଛି ବୋଲି ଚାଷୀମାନେ କହିଛନ୍ତି। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢି ଚାଲିଛି। ଏହି କ୍ରମରେ ସୋମବାର ଚାଷୀ ସଂଗଠନ ଜୟ କିଷାନ ଆନ୍ଦୋଳନ ନେତୃତ୍ୱରେ ଚାଷୀମାନେ ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି। ଧାରଣାରେ ପାଣିମୋରା, ସୁଲସୁଲିଆ ଆଦି ଅଞ୍ଚଳର ଚାଷୀମାନେ ସାମିଲ ଅଛନ୍ତି। ମଣ୍ଡିରୁ ଧାନ ନ ଉଠିବା ପର୍ଯ୍ୟନ୍ତ ଧାରଣାରୁ ଚାଷୀମାନେ ଉଠିବେ ନାହିଁ ବୋଲି ଜୟ କିଷାନ ଆନ୍ଦୋଳନର ସମ୍ପାଦକ ହର ବଣିଆ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri