ଗଞ୍ଜାମରେ ଧିମେଇଛି ଚାଷୀ ପଞ୍ଜିକରଣ : ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅବଧି ବୃଦ୍ଧି ଦାବି

ଛତ୍ରପୁର,୨୬।୮(ଡି.ଏନ୍‌.ଏ.): ଧାନ ବିକିବା ନେଇ ଚାଷୀଙ୍କ ନାମ ଅନଲାଇନ୍‌ ପଞ୍ଜିକରଣ ଅବଧି ଚଳିତ ମାସ ୩୧ ତାରିଖରେ ସରିବ । ଅପରପକ୍ଷରେ କରୋନା କଟକଣା ନେଇ ଗଞ୍ଜାମ ଜିଲାରେ ଚାଷୀ ପଞ୍ଜିକରଣ ଧିମେଇ ଯାଇଛି। ଆଉ ମାତ୍ର ୫ ଦିନ ବାକି ଥିବାରୁ ଏହି ସମୟରେ ସମସ୍ତ ଚାଷୀଙ୍କ ପଞ୍ଜିକରଣ ସମ୍ଭବ ନୁହେଁ । ତେଣୁ ଅବଧି ବୃଦ୍ଧିଲାଗି ଦାବି ହୋଇଛି।
ପ୍ରକାଶଯୋଗ୍ୟ, ପଞ୍ଜିକରଣ ନ ହେଲେ ଚଳିତବର୍ଷ ଚାଷୀ ଧାନ ବିକିପାରିବେ ନାହିଁ । ଋଣ ନେଇ ଚାଷ କରିଥିବା ବେଳେ ସରକାରୀ ଧାର୍ଯ୍ୟ ଦରରେ ନ ବିକିଲେ ଅଭାବି ଧାନ ବିକ୍ରି ସୃଷ୍ଟି ହେବ ଏବଂ ଚାଷୀ କ୍ଷତି ସହିବ । କରେନା ଯୋଗୁ ପନିପରିବା ଆଦି ରବି ଫସଲ କମ୍‌ ଦରରେ ବିକି ଚାଷୀ କ୍ଷତି ସହିଛନ୍ତି। ଏନେଇ ପଞ୍ଜିକରଣ ଅବଧି ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ଦାବି ହୋଇଛି । ଜିଲାପାଳଙ୍କୁ ଏସମ୍ପର୍କରେ ସ୍ମାରକପତ୍ର ମହାସଭା ପକ୍ଷରୁ ପଠାଯାଇଥିବା ମହାସଭାର ସମ୍ପାଦକ ସିମାଞ୍ଚଳ ନାହାକ ବୁଧବାର ସୂଚନା ଦେଇଛନ୍ତି । ଚାଷୀଙ୍କ ନାମ ପଞ୍ଜିକରଣ ପାଇଁ ଅବଧି ବୃଦ୍ଧି କରିବାକୁ ସରକାରଙ୍କୁ ଚିଠି ଲେଖିବାକୁ ଜିଲାପାଳଙ୍କୁ ମହାସଭା ପକ୍ଷରୁ ଅନୁରୋଧ କରାଯାଇଛି । ଅନ୍ୟଥା ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେବାକୁ ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri