ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ ଯୋଗାଣ ବିଭାଗ ଓ ମିଲର ସଂଘ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକ ପୁଣିଥରେ ବିଫଳ ହୋଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପ ମହାସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି, ଯାହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବ। ରାଜ୍ୟରେ ଶୀତ ଓ କୁହୁଡ଼ି ଜାରି ରହିଥିବା ବେଳେ ଏହି ସମ୍ଭାବ୍ୟ ବର୍ଷା ଖୋଲା ପଡ଼ିଆ ଓ ମଣ୍ଡିରେ ପଡ଼ି ରହିଥିବା ଧାନକୁ ନଷ୍ଟ କରିଦେବା ଆଶଙ୍କା ସୃଷ୍ଟି କରିଛି।

ସେପଟେ ବିଭିନ୍ନ ଦାବି ପୂରଣ ନେଇ ସରକାରଙ୍କ ପକ୍ଷରୁ କୌଣସି ଲିଖିତ ପ୍ରତିଶ୍ରୁତି ନ ମିଳିବାରୁ ମିଲରମାନେ ଧାନ ସଂଗ୍ରହ ପ୍ରକ୍ରିୟାରୁ ଓହରି ଯାଇଛନ୍ତି। ମିଲର ସଂଘ ସ୍ପଷ୍ଟ କରିଛି ଯେ, ନଭେମ୍ବର ଓ ଡିସେମ୍ବରରେ ମୌଖିକ ପ୍ରତିଶ୍ରୁତି ପାଇ ସେମାନେ କାର୍ଯ୍ୟ କରିଥିଲେ, କିନ୍ତୁ ୫ ସପ୍ତାହ ପରେ ମଧ୍ୟ ସରକାରୀ ଆଦେଶନାମା ପ୍ରକାଶ ନ ପାଇବା ଦୁର୍ଭାଗ୍ୟଜନକ।

ସଂଘର ମୁଖ୍ୟ ଦାବି ଗୁଡିକ ହେଉଛି ରକ୍ଷଣାବେକ୍ଷଣ ଶୁଳ୍କ ପ୍ରଦାନ, ଅତିରିକ୍ତ ପ୍ରୋତ୍ସାହନ ରାଶି, ପରିବହନ ଖର୍ଚ୍ଚ ସଂଶୋଧନ ଏବଂ ଅରୁଆ ଚାଉଳ କ୍ଷେତ୍ରରେ ୧% ‘ଡ୍ରାଇଏଜ୍’ ବ୍ୟବସ୍ଥାର ପୁନଃ ପ୍ରଚଳନ। ସେପଟେ ଏହି ଅଚଳାବସ୍ଥା ଯୋଗୁଁ ବିଶେଷ କରି ପଶ୍ଚିମ ଓଡ଼ିଶାର ଚାଷୀମାନେ ଧାନ ବିକ୍ରି କରିବା ନେଇ ଏବେ ଅନିଶ୍ଚିତତା ମଧ୍ୟରେ ଅଛନ୍ତି।

ତେବେ ମଣ୍ଡିରେ ଧାନ ପଡ଼ି ରହିଥିବା ବେଳେ ବର୍ଷା ଆଗମନ ଚାଷୀଙ୍କ ପାଇଁ ବଡ଼ ବିପଦ ସୃଷ୍ଟି କରିଛି। ସେହିପରି ମିଲିଂ ବନ୍ଦ ରହିଲେ ରାଜ୍ୟରେ ଚାଉଳ ସଙ୍କଟ ଦେଖାଦେବାର ଆଶଙ୍କା ରହିଛି। ଖାଦ୍ୟ ଯୋଗାଣ ବିଭାଗ ସମାଧାନ ପାଇଁ ସମୟ ମାଗିଥିବା ବେଳେ ମିଲର ସଂଘ ଏବେ ନିଜର ପରବର୍ତ୍ତୀ ରଣନୀତି ପ୍ରସ୍ତୁତ କରିବାକୁ ବୈଠକ ଡକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri