ପୂର୍ବାପେକ୍ଷା ଚାଷୀଙ୍କ ଆୟ କମିଛି: କଂଗ୍ରେସ

ଭୁବନେଶ୍ବର, ୨୫ା୪(ବ୍ୟୁରୋ) : ଓଡ଼ିଶା ସରକାର କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ ବହୁ ସମୟରେ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ୨୦୧୨-୧୩ରେ ଖୋଦ୍‌ ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ, ସାରା ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି କୃଷକଙ୍କ ଆୟକୁ ସରକାର ଦ୍ୱିଗୁଣିତ କରିଛନ୍ତି। କିନ୍ତୁ ବାସ୍ତବ ଚିତ୍ର ଆଜି ଯାହା ବର୍ଣ୍ଣନା କରୁଛି ତାହା ରାଜ୍ୟର ନବୀନ ସରକାରଙ୍କର ଦୃଢ଼ୋକ୍ତି ଏକ ବୃଥା ଆସ୍ଫାଳନ ବୋଲି କଂଗ୍ରେସ ମୁଖପାତ୍ର ରଜନୀ ମହାନ୍ତି କହିଛନ୍ତି। କଂଗ୍ରେସ ଭବନଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରଜନୀ କହିଛନ୍ତି, ୨୦୧୨-୧୩ରୁ ଆରମ୍ଭ କରି ୨୦୨୨-୨୩, ଏହି ୧୦ ବର୍ଷରେ ରାଜ୍ୟର କୃଷକ ପରିବାରର ମାସିକ ଆୟ ଦ୍ୱିଗୁଣିତ ହେବା ପରିବର୍ତ୍ତେ ୨୦୧୨-୧୩ ଆୟ ଠାରୁ ୩ ଟଙ୍କା କମିଛି। ତଥ୍ୟ ଆଧାରରେ ୨୦୧୨-୧୩ରେ ଓଡ଼ିଶାର ଏକ କୃଷକ ପରିବାରର ମାସିକ ଆୟ ୪୯୫୩ ଟଙ୍କା ଥିଲା। କିନ୍ତୁ ୨୦୨୨ରେ ରାଜ୍ୟର ଏକ କୃଷକ ପରିବାରର ବାର୍ଷିକ ଆୟ ୫୯,୪୪୦ ଟଙ୍କା ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ଏହି ହିସାବ ଅନୁପାତରେ ଗୋଟେ କୃଷକ ପରିବାର ମାସକୁ ଆୟ ୪୯୫୦ ଟଙ୍କା ପାଖାପାଖି ଅଟେ। ଅର୍ଥାତ ଏହି ଦଶ ବର୍ଷ ଭିତରେ ନବୀନ ପଟ୍ଟନାୟକ ସରକାର କୃଷକମାନଙ୍କର ଆୟ ଦ୍ୱିଗୁଣିତ କରିବାରେ ସଫଳ ହୋଇନାହାନ୍ତି ବୋଲି ଏହି ତଥ୍ୟରୁ ସ୍ପଷ୍ଟ ପ୍ରମାଣିତ ହେଉଛି ବୋଲି ରଜନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?