Posted inଜାତୀୟ

‘ଅଣନିଃଶ୍ୱାସୀ କରିଦେଲେଣି ଚାଷୀ’

ନୂଆଦିଲ୍ଲୀ, ୨।୧୦(ପି.ଟି.): ସାରା ଦିଲ୍ଲୀକୁ ଆପଣମାନେ ଅଣନିଃଶ୍ୱାସୀ କରିସାରିଲେଣି। ଏବେ ସହର ଭିତରେ ପଶି ପୁଣିଥରେ ଆନ୍ଦୋଳନ ଚଳାଇବାକୁ ଚାହୁଁଛନ୍ତି ବୋଲି କ୍ଷୁବ୍ଧ ସୁପ୍ରିମକୋର୍ଟ ଶୁକ୍ରବାର ଚାଷୀ ସଂଗଠନକୁ ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଗତବର୍ଷ ନଭେମ୍ବରରୁ ଆନ୍ଦୋଳନ ଚଳାଇଥିବା ଚାଷୀ ଯନ୍ତର ମନ୍ତରରେ ସତ୍ୟାଗ୍ରହ ପାଇଁ ଅନୁମତି ଦେବା ନିମନ୍ତେ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନ କରିଥିଲେ। କୃଷି ଆଇନକୁ ଅଦାଲତରେ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଆନ୍ଦୋଳନ ଚଳାଇବାର ଆବଶ୍ୟକ କ’ଣ। ନାଗରିକମାନଙ୍କର ଅବାଧ ଓ ନିର୍ଭୟରେ ଗମନାଗମନ କରିବାର ସମାନ ଅଧିକାର ରହିଛି। ତେଣୁ ସନ୍ତୁଳିତ ଦୃଷ୍ଟିକୋଣ ଆପଣାଯିବା ଆବଶ୍ୟକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଆନ୍ଦୋଳନ ଚଳାଇବା ପାଇଁ ବିକ୍ଷୋଭକାରୀମାନେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କ ଅନୁମତି ନେଇଛନ୍ତି କି ବୋଲି ଜଷ୍ଟିସ୍‌ ଏ.ଏମ୍‌. ଖାନ୍‌ଓ୍ବିଲକର ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ପ୍ରଶ୍ନ କରିବା ସହ ଆନ୍ଦୋଳନରେ ସେମାନେ ଖୁସି ଅଛନ୍ତି କି ବୋଲି ଜାଣିବାକୁ ଚାହିଁଥିଲେ।
ଯନ୍ତରମନ୍ତରରେ ଶାନ୍ତିପୂର୍ଣ୍ଣ ଏବଂ ଅହିଂସା ସତ୍ୟାଗ୍ରହ ଚଳାଇବା ଲାଗି ଅନୂ୍ୟନ ୨୦୦ ଚାଷୀ ତଥା ଆନ୍ଦୋଳନକାରୀଙ୍କୁ ଅନୁମତି ଦେବା ପାଇଁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ କିଷାନ ମହାପଞ୍ଚାୟତ ଓ ଏହାର ଅଧ୍ୟକ୍ଷଙ୍କ ପକ୍ଷରୁ ଆବେଦନ କରାଯାଇଥିଲା। ଅଦାଲତରେ ପହଞ୍ଚତ୍ବା ପରେ ଏହା ଉପରେ ତଥା ନ୍ୟାୟିକ ବ୍ୟବସ୍ଥା ଉପରେ ଆସ୍ଥା ରଖିବାକୁ ହେବ ଯେ ଏହା ଆପଣଙ୍କ ମାମଲାର ଉପଯୁକ୍ତ ଭାବେ ବିଚାର କରିପାରିବ ବୋଲି ଖଣ୍ଡପୀଠ ଆବେଦନକାରୀଙ୍କ ଓକିଲଙ୍କୁ କହିଥିଲେ। କୃଷି ଆଇନ ବିରୋଧରେ ଆବେଦନକାରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ତେଣୁ ଏହାର ଶୁଣାଣି ଶୀଘ୍ର କରାଇବା ପାଇଁ ସେମାନେ ଅଦାଲତଙ୍କୁ ଅନୁରୋଧ କରିପାରିବେ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri