ଟୋକନ ସମସ୍ୟାକୁ ନେଇ ଚାଷୀଙ୍କ ଅଭିନବ ପ୍ରତିବାଦ: ଖୁଚୁରା ଧାନ ବିକିଲେ ଚାଷୀ

ସମ୍ବଲପୁର,୧୬।୧୨(ପ୍ରମୋଦ ବହିଦାର): ଧାନ ବିକ୍ରି ପାଇଁ ଚାଷୀଙ୍କୁ ଟୋକନ ମିଳିବା ସମସ୍ୟାକୁ ନେଇ ମଙ୍ଗଳବାର ସମ୍ବଲପୁରଠାରେ ଚାଷୀଙ୍କ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଚାଷୀମାନେ ପ୍ରଥମେ ସକାଳ ୧୦ଟାରେ ଗୋଲବଜାର ଛକରେ ଏକତ୍ରୀତ ହୋଇ ଧାନବସ୍ତା ଧରି ପଦଯାତ୍ରାରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏଠାରେ ସେମାନେ ଧାନକୁ ଖୁଚୁରାରେ ବିକ୍ରି କରିଥିଲେ। ଏହି ସମୟରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ଇଂ.ରୋହିତ ପୂଜାରୀ ତାଙ୍କ ଶତାଧିକ ସମର୍ଥକଙ୍କ ସହ ଆସି ପ୍ରତିବାଦସ୍ଥଳରେ ଚାଷୀଙ୍କ ସହିତ ଧାନ ବିକ୍ରି କରିଥିଲେ। ଏସମ୍ପର୍କରେ ବରିଷ୍ଠ ଚାଷୀ ନେତା ତଥା ପଶ୍ଚିମ ଓଡ଼ିଶା କୃଷକ ସୁରକ୍ଷା ସଂଗଠନର ଆବାହକ ଅଶୋକ ପ୍ରଧାନଙ୍କ କହିଛନ୍ତି ଯେ, ଧାନ ଯଦି ସରକାର କ୍ରୟ କରିବାରେ ଅସମର୍ଥ ବୋଲି ଭାବୁଛନ୍ତି ତାହେଲେ ଖୋଲା ବଜାରରେ ଧାନ ବିକ୍ରି କରନ୍ତୁ ବୋଲି ଯୋଗାଣ ମନ୍ତ୍ରୀ ତାଙ୍କ ବକ୍୍ଯଯଯରେ ର୍ଯଯଯର ଚାଷୀଙ୍କ ପ୍ରତି କରିଥିବା ଉପହାସର ପ୍ରତିବାଦରେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ରାଜରାସ୍ତାରେ ଖୁଚୁରାରେ ଧାନ ବିକ୍ରି କରି ସରକାରଙ୍କ ବିରୋଧରେ ଏକପ୍ରକାର ପ୍ରତିକାତ୍ମକ ଆନ୍ଦୋଳନ କରା ଯାଇଛି। ଆସନ୍ତା ଡିସେମ୍ବର ୧୯ ତାରିଖରେ ସମ୍ବଲପୁର ୧୨ ଘଣ୍ଟିଆ ବନ୍ଦ ପାଳନ କରି ଆନ୍ଦୋଳନକୁ ଆହୁରି ତୀବ୍ରତର କରାଯିବ। ଏହା ସତ୍ତ୍ବେ ଯଦି ସରକାରଙ୍କ ଜ୍ଞାନୋଦୟ ପୂର୍ବକ ଧାନ କ୍ରୟକୁ ବ୍ୟବସ୍ଥିତ ଓ ଶୃଙ୍ଖଳିତ କରିବାରେ ବିଫଳ ହୁଅନ୍ତି ତା’ହେଲେ ଆନ୍ଦୋଳନ ସମସ୍ତ ପରିସୀମା ଉଲଂଘନ କରିବା ଅବଶ୍ୟମ୍ଭାବୀ ବୋଲି ଚେତାବନୀ ଦେଇଛନ୍ତି ଚାଷୀ ସଂଗଠନର ଆବାହକ ପ୍ରଧାନ।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri