ରାଜରାସ୍ତାରେ ଧାନବସ୍ତା ପକାଇ ଆନ୍ଦୋଳନରେ ବସିଲେ ଚାଷୀ

ସରଣ୍ଡା,୨ା୧୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଋତୁର ଧାନ ବିକ୍ରି ଲାଗି ପ୍ରଥମରୁ ଚାଷୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଆରମ୍ଭରୁ ଟୋକନ ସମସ୍ୟା ଦେଖାଦେଇଛି। ଏପରି ସ୍ଥଳେ ଚାଷୀ ଓ ପ୍ରଶାସନର ଆଲୋଚନା ମଧ୍ୟ ବିଫଳ ହୋଇଛି। ଫଳରେ ଚାଷୀ ଗୁରୁବାରର ନିଷ୍ପତ୍ତି ଅନୁସାରେ ଶୁକ୍ରବାର ସକାଳ ୮ଟାରୁ ବରଗଡ଼ ଜିଲା ଗୋଡ଼ଭଗା ମାର୍କେଟ ୟାର୍ଡ ସମ୍ମୁଖ ସମ୍ବଲପୁର-ବରଗଡ଼ ଓ ବରଗଡ଼ ସମ୍ବଲପୁର ୫୩ ନମ୍ବର ଜାତୀୟ ରାଜପଥରେ ଧାନବସ୍ତା ପକାଇ ଅବରୋଧ କରିଛନ୍ତି। ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଅତାବିରାର ଆହ୍ବାନ କ୍ରମେ ସଭାପତି ବୀରେନ୍ଦ୍ର କରଙ୍କ ନେତୃତ୍ୱରେ ରାସ୍ତାରୋକୋ ଚାଲିଛି। ଖବର ପାଇ ଅତାବିରା ଥାନା ଆଇଆଇସି ଅନିଲ କୁମାର ପ୍ରଧାନ ଚାଷୀଙ୍କ ସହ ଆଲୋଚନା କରିଥିଲେ। ତେବେ ଚାଷୀ ମାନି ନ ଥିଲେ। ପରେ ବରଗଡ଼ ଉପଜିଲାପାଳ ଲଲାଟ କୁମାର ଲୁହା, ଡିଆରସିଏସ୍‌ କେ. ସେଠୀ, ଏଆର୍‌ସିଏସ୍‌ ଅଶୋକ ଦାଶ, ବରଗଡ଼ ଅତିରିକ୍ତ ଯୋଗାଣ ଅଧିକାରୀ ଜ୍ୟୋତ୍ସ୍ନାରାଣୀ କଣ୍ଠ, ଯୋଗାଣ ନିରୀକ୍ଷକ ରଞ୍ଜନ କୁମାର ନାୟକ, ଆର୍‌ଏମ୍‌ସି ସମ୍ପାଦକ ପ୍ରଦୀପ କୁମାର ବେସନ ପ୍ରମୁଖ ଚାଷୀଙ୍କ ସହ ଆଲୋଚନା କରିଛନ୍ତି। ତେବେ ଦାବି ପୂରଣ ହେବା ପରେ ହିଁ ଆନ୍ଦୋଳନ ପ୍ରତ୍ୟାହୃତ ହେବ ବୋଲି ଚାଷୀ ନେତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri