ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର ୫ମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ୪୧ ଲକ୍ଷ ୩୫ ହଜାର ୯୭୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୩ ହଜାର ୯୪୯ ଭୂମିହୀନ କୃଷି ପରିବାରଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ୮୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଛି। ସୂଚନାଯୋଗ୍ୟ, ୨୦୨୬-୨୭ ରବି ଫସଲ ପୂର୍ବରୁ ବହିନ, ସାର ଓ କୀଟନାଶକ କିଣିବାରେ ଏହି ଅର୍ଥ ଚାଷୀମାନଙ୍କୁ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ସର୍ବଦା ଚାଷୀ ଓ ଭୂମିହୀନ ପରିବାରଗୁଡ଼ିକର କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ ସମୃଦ୍ଧି ହିଁ ଓଡ଼ିଶା ପ୍ରଗତିର ପ୍ରକୃତ ମୂଳଦୁଆ। ସିଏମ୍‌ କିଷାନ ଯୋଜନା ମାଧ୍ୟମରେ ସରକାର କେବଳ ଆର୍ଥିକ ସହାୟତା ପ୍ରଦାନ କରୁନାହାନ୍ତି, ବରଂ ଚାଷୀଙ୍କୁ ଆତ୍ମନିର୍ଭରଶୀଳ କରିବା ସହ ସେମାନଙ୍କ ଶ୍ରମକୁ ଉଚିତ ସମ୍ମାନ ଦେଉଛନ୍ତି ବୋଲି କହିଛନ୍ତି।
ସେ ଆହୁରି କହିଛନ୍ତି, ପୂର୍ବ ସରକାରଙ୍କ ଶାସନ କାଳରେ ପ୍ରାୟ ଅଢ଼େଇ ଦଶନ୍ଧି ଧରି ରାଜ୍ୟରେ କୃଷକଙ୍କ ମାସିକ ଆୟ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ୨୦୨୨ରେ ଓଡ଼ିଶାର କୃଷି ପରିବାରର ମାସିକ ଆୟ ମାତ୍ର ୫,୧୧୨ ଟଙ୍କା ଥିଲା, ଯାହା ସାରା ଦେଶରେ ୨ୟ ସର୍ବନିମ୍ନ ଥିଲା। ଝାଡ଼ଖଣ୍ଡ କେବଳ ଓଡ଼ିଶାଠାରୁ ତଳେ ଥିଲା। ସେତେବେଳେ ଚାଷୀମାନେ ‘ଢୋକେ ପି, ଦଣ୍ଡେ ଜି’ ନ୍ୟାୟରେ ଚାଷବାସ କରୁଥିଲେ। ମାତ୍ର ବର୍ତ୍ତମାନ ପରିସ୍ଥିତିରେ ସୁଧାର ଆସିଛି। ନୂଆ ସରକାର ଆସିବା ପରେ ଧାନ କିଣା ବାବଦକୁ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଦେବାପରେ ଚାଷୀଙ୍କ ଆୟରେ ବୃଦ୍ଧି ଘଟିଛି। ସରକାର ଚାଷୀଙ୍କ ବାର୍ଷିକ ଆୟକୁ ଅତିକମ୍‌ରେ ୨ଗୁଣା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଓଡ଼ିଶାର ପ୍ରାୟ ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର ଓ ନାମମାତ୍ର ଅଟନ୍ତି। ତେଣୁ ଚାଷୀମାନେ ସରକାରୀ ଯୋଜନାଗୁଡ଼ିକୁ ଆପଣାଇ ନିଜର ଉପାର୍ଜନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ଓଡ଼ିଶା କୃଷି କ୍ଷେତ୍ରରେ ପ୍ରଶଂସନୀୟ ଅଗ୍ରଗତି କରିଥିଲେ ହେଁ ଜଳବାୟୁ ପରିବର୍ତ୍ତନ, ଅନିୟମିତ ପାଣିପାଗ, ଜଳାଭାବ ଓ ମୃତ୍ତିକା କ୍ଷୟ ଭଳି ଗମ୍ଭୀର ସମସ୍ୟା କୃଷି ପାଇଁ ବିପଦ ସୃଷ୍ଟି କରୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଜୈବିକ ଚାଷ, ମାଣ୍ଡିଆ ଚାଷ ଏବଂ ପୁନରୁଦ୍ଧାରକାରୀ କୃଷିକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରାଯାଉଛି ବୋଲି ସେ କହିଛନ୍ତି।
ସେ ପୁଣି କହିଛନ୍ତି, ଚଳିତ ୨୦୨୬-୨୭ ଖରିଫ ଋତୁ ପାଇଁ ଧାନ ପଞ୍ଜୀକରଣ ଅବଧିକୁ ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ନିକଟରେ ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଆଦି ଜିଲାରେ ହୋଇଥିବା ପ୍ରବଳ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ୧୦୦୦ କୋଟି ଟଙ୍କାର ବିଶେଷ ସହାୟତା ପ୍ୟାକେଜ ଘୋଷଣା କରାଯାଇଛି। ରାଜସ୍ବ ଓ କୃଷି ବିଭାଗର କ୍ଷେତ୍ର କର୍ମଚାରୀଙ୍କ ଆକଳନ ରିପୋର୍ଟ ଆଧାରରେ ପ୍ରଭାବିତ ଚାଷୀଙ୍କୁ ଆଶୁ କ୍ଷତିପୂରଣ ଯୋଗାଇ ଦିଆଯିବ। ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ କେନ୍ଦ୍ର ସରକାରଙ୍କ ଏମ୍‌ଏସ୍‌ପି ସହ ରାଜ୍ୟର ଇନ୍‌ପୁଟ ସହାୟତା ମିଶାଇ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କ୍ରୟ କରାଯାଉଛି। ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯାଉଛି। ୨୦୨୫-୨୬ ଖରିଫ ଋତୁରେ ୧୮.୮୪ ଲକ୍ଷ ଚାଷୀଙ୍କଠାରୁ ୭୭.୪୮ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରାଯାଇ ଇନ୍‌ପୁଟ ସବ୍‌ସିଡି ବାବଦକୁ ରେକର୍ଡ ୫୬୬୩.୮୪ କୋଟି ଟଙ୍କା ଏବଂ ରବିଋତୁରେ ୩.୬୩ ଲକ୍ଷ ଚାଷୀଙ୍କୁ ୧୪୯୪.୮୯ କୋଟି ଟଙ୍କା ପ୍ରଦାନ କରାଯାଇଛି। ଚାଷୀ ପରିବାରର ପିଲାଙ୍କୁ ଉଚ୍ଚ ବୈଷୟିକ ଶିକ୍ଷା କ୍ଷେତ୍ରରେ ସହାୟତା ପାଇଁ କୃଷି ବିଦ୍ୟାନିଧି ଯୋଜନା କାର୍ଯ୍ୟକାରୀ ହେଉଛି। ୨୦୨୫-୨୬ ଶିକ୍ଷା ବର୍ଷରେ ରେକର୍ଡ ସଂଖ୍ୟକ ୬୮,୯୧୦ ଜଣ ହିତାଧିକାରୀଙ୍କ ସନ୍ତାନଙ୍କୁ ୨୯୧.୬୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଛି। ସରକାରୀ ସୁବିଧା ପାଇବା ଲାଗି ‘ଫାର୍ମର୍ସ ରେଜିଷ୍ଟ୍ରି’ରେ ଚାଷୀମାନେ ନିଜ ଜମିର ତଥ୍ୟ ସହ ପଞ୍ଜୀକରଣ କରିବା ଦରକାର। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି ବୋଲି ସେ କହିଛନ୍ତି।
ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ବନ୍ୟା ପ୍ରଭାବିତଙ୍କ ପାଖରେ ସ୍ବଚ୍ଛତାର ସହ ସହାୟତା ରାଶି ପହଞ୍ଚିଯିବ। ସାର ଉପଲବ୍ଧ ନାହିଁ ବୋଲି ଯେଉଁ ଭ୍ରମାତ୍ମକ ପ୍ରଚାର କରାଯାଉଛି ସେଥିରେ ବିଶ୍ୱାସ କରନ୍ତୁ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଯିଏ କି ଚାଷୀମାନଙ୍କୁ ସବୁଠାରୁ ଅଧିକ ସବ୍‌ସିଡି ପ୍ରଦାନ କରୁଛି। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଭିନ୍ନ ଭିନ୍ନ ଜିଲାରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ ଦାୟିତ୍ୱ ଦିଆଯାଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri