ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର ୫ମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ୪୧ ଲକ୍ଷ ୩୫ ହଜାର ୯୭୮ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୩ ହଜାର ୯୪୯ ଭୂମିହୀନ କୃଷି ପରିବାରଙ୍କ ଆକାଉଣ୍ଟକୁ ଡିବିଟି ମାଧ୍ୟମରେ ୮୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଛି। ସୂଚନାଯୋଗ୍ୟ, ୨୦୨୬-୨୭ ରବି ଫସଲ ପୂର୍ବରୁ ବହିନ, ସାର ଓ କୀଟନାଶକ କିଣିବାରେ ଏହି ଅର୍ଥ ଚାଷୀମାନଙ୍କୁ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ସର୍ବଦା ଚାଷୀ ଓ ଭୂମିହୀନ ପରିବାରଗୁଡ଼ିକର କଲ୍ୟାଣ ପାଇଁ ପ୍ରତିବଦ୍ଧ। କୃଷକଙ୍କ ସମୃଦ୍ଧି ହିଁ ଓଡ଼ିଶା ପ୍ରଗତିର ପ୍ରକୃତ ମୂଳଦୁଆ। ସିଏମ୍‌ କିଷାନ ଯୋଜନା ମାଧ୍ୟମରେ ସରକାର କେବଳ ଆର୍ଥିକ ସହାୟତା ପ୍ରଦାନ କରୁନାହାନ୍ତି, ବରଂ ଚାଷୀଙ୍କୁ ଆତ୍ମନିର୍ଭରଶୀଳ କରିବା ସହ ସେମାନଙ୍କ ଶ୍ରମକୁ ଉଚିତ ସମ୍ମାନ ଦେଉଛନ୍ତି ବୋଲି କହିଛନ୍ତି।
ସେ ଆହୁରି କହିଛନ୍ତି, ପୂର୍ବ ସରକାରଙ୍କ ଶାସନ କାଳରେ ପ୍ରାୟ ଅଢ଼େଇ ଦଶନ୍ଧି ଧରି ରାଜ୍ୟରେ କୃଷକଙ୍କ ମାସିକ ଆୟ ଅତ୍ୟନ୍ତ ନୈରାଶ୍ୟଜନକ ଥିଲା। ୨୦୨୨ରେ ଓଡ଼ିଶାର କୃଷି ପରିବାରର ମାସିକ ଆୟ ମାତ୍ର ୫,୧୧୨ ଟଙ୍କା ଥିଲା, ଯାହା ସାରା ଦେଶରେ ୨ୟ ସର୍ବନିମ୍ନ ଥିଲା। ଝାଡ଼ଖଣ୍ଡ କେବଳ ଓଡ଼ିଶାଠାରୁ ତଳେ ଥିଲା। ସେତେବେଳେ ଚାଷୀମାନେ ‘ଢୋକେ ପି, ଦଣ୍ଡେ ଜି’ ନ୍ୟାୟରେ ଚାଷବାସ କରୁଥିଲେ। ମାତ୍ର ବର୍ତ୍ତମାନ ପରିସ୍ଥିତିରେ ସୁଧାର ଆସିଛି। ନୂଆ ସରକାର ଆସିବା ପରେ ଧାନ କିଣା ବାବଦକୁ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଦେବାପରେ ଚାଷୀଙ୍କ ଆୟରେ ବୃଦ୍ଧି ଘଟିଛି। ସରକାର ଚାଷୀଙ୍କ ବାର୍ଷିକ ଆୟକୁ ଅତିକମ୍‌ରେ ୨ଗୁଣା କରିବାକୁ ଲକ୍ଷ୍ୟ ରଖିଛନ୍ତି। ଓଡ଼ିଶାର ପ୍ରାୟ ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର ଓ ନାମମାତ୍ର ଅଟନ୍ତି। ତେଣୁ ଚାଷୀମାନେ ସରକାରୀ ଯୋଜନାଗୁଡ଼ିକୁ ଆପଣାଇ ନିଜର ଉପାର୍ଜନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ କରିଛନ୍ତି। ଓଡ଼ିଶା କୃଷି କ୍ଷେତ୍ରରେ ପ୍ରଶଂସନୀୟ ଅଗ୍ରଗତି କରିଥିଲେ ହେଁ ଜଳବାୟୁ ପରିବର୍ତ୍ତନ, ଅନିୟମିତ ପାଣିପାଗ, ଜଳାଭାବ ଓ ମୃତ୍ତିକା କ୍ଷୟ ଭଳି ଗମ୍ଭୀର ସମସ୍ୟା କୃଷି ପାଇଁ ବିପଦ ସୃଷ୍ଟି କରୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଜୈବିକ ଚାଷ, ମାଣ୍ଡିଆ ଚାଷ ଏବଂ ପୁନରୁଦ୍ଧାରକାରୀ କୃଷିକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରାଯାଉଛି ବୋଲି ସେ କହିଛନ୍ତି।
ସେ ପୁଣି କହିଛନ୍ତି, ଚଳିତ ୨୦୨୬-୨୭ ଖରିଫ ଋତୁ ପାଇଁ ଧାନ ପଞ୍ଜୀକରଣ ଅବଧିକୁ ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ନିକଟରେ ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଆଦି ଜିଲାରେ ହୋଇଥିବା ପ୍ରବଳ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ୧୦୦୦ କୋଟି ଟଙ୍କାର ବିଶେଷ ସହାୟତା ପ୍ୟାକେଜ ଘୋଷଣା କରାଯାଇଛି। ରାଜସ୍ବ ଓ କୃଷି ବିଭାଗର କ୍ଷେତ୍ର କର୍ମଚାରୀଙ୍କ ଆକଳନ ରିପୋର୍ଟ ଆଧାରରେ ପ୍ରଭାବିତ ଚାଷୀଙ୍କୁ ଆଶୁ କ୍ଷତିପୂରଣ ଯୋଗାଇ ଦିଆଯିବ। ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ କେନ୍ଦ୍ର ସରକାରଙ୍କ ଏମ୍‌ଏସ୍‌ପି ସହ ରାଜ୍ୟର ଇନ୍‌ପୁଟ ସହାୟତା ମିଶାଇ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କ୍ରୟ କରାଯାଉଛି। ୪୮ ଘଣ୍ଟା ଭିତରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଯାଉଛି। ୨୦୨୫-୨୬ ଖରିଫ ଋତୁରେ ୧୮.୮୪ ଲକ୍ଷ ଚାଷୀଙ୍କଠାରୁ ୭୭.୪୮ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରାଯାଇ ଇନ୍‌ପୁଟ ସବ୍‌ସିଡି ବାବଦକୁ ରେକର୍ଡ ୫୬୬୩.୮୪ କୋଟି ଟଙ୍କା ଏବଂ ରବିଋତୁରେ ୩.୬୩ ଲକ୍ଷ ଚାଷୀଙ୍କୁ ୧୪୯୪.୮୯ କୋଟି ଟଙ୍କା ପ୍ରଦାନ କରାଯାଇଛି। ଚାଷୀ ପରିବାରର ପିଲାଙ୍କୁ ଉଚ୍ଚ ବୈଷୟିକ ଶିକ୍ଷା କ୍ଷେତ୍ରରେ ସହାୟତା ପାଇଁ କୃଷି ବିଦ୍ୟାନିଧି ଯୋଜନା କାର୍ଯ୍ୟକାରୀ ହେଉଛି। ୨୦୨୫-୨୬ ଶିକ୍ଷା ବର୍ଷରେ ରେକର୍ଡ ସଂଖ୍ୟକ ୬୮,୯୧୦ ଜଣ ହିତାଧିକାରୀଙ୍କ ସନ୍ତାନଙ୍କୁ ୨୯୧.୬୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଛି। ସରକାରୀ ସୁବିଧା ପାଇବା ଲାଗି ‘ଫାର୍ମର୍ସ ରେଜିଷ୍ଟ୍ରି’ରେ ଚାଷୀମାନେ ନିଜ ଜମିର ତଥ୍ୟ ସହ ପଞ୍ଜୀକରଣ କରିବା ଦରକାର। ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯାଉଛି ବୋଲି ସେ କହିଛନ୍ତି।
ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ବନ୍ୟା ପ୍ରଭାବିତଙ୍କ ପାଖରେ ସ୍ବଚ୍ଛତାର ସହ ସହାୟତା ରାଶି ପହଞ୍ଚିଯିବ। ସାର ଉପଲବ୍ଧ ନାହିଁ ବୋଲି ଯେଉଁ ଭ୍ରମାତ୍ମକ ପ୍ରଚାର କରାଯାଉଛି ସେଥିରେ ବିଶ୍ୱାସ କରନ୍ତୁ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ଯିଏ କି ଚାଷୀମାନଙ୍କୁ ସବୁଠାରୁ ଅଧିକ ସବ୍‌ସିଡି ପ୍ରଦାନ କରୁଛି। ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ । ଭିନ୍ନ ଭିନ୍ନ ଜିଲାରେ ମନ୍ତ୍ରୀମାନଙ୍କୁ ଉପସ୍ଥିତ ରହିବାକୁ ଦାୟିତ୍ୱ ଦିଆଯାଇଥିଲା।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଭୁବନେଶ୍ବର,୨୫।୧୦: ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ,…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?