ଚାଷୀଙ୍କ ଜମି ନଷ୍ଟ, ପ୍ରଶାସନର ନିଘା ନାହିଁ

ଦଶମନ୍ତପୁର, ୨୦।୮ ( ଡି.ଏନ.ଏ.):  କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର ଏ.ଚଣ୍ଡାଲଗୁଡ଼ା ଗ୍ରାମରେ ପ୍ରଶାସନର ଅବହେଳାରୁ ଚାଷୀଙ୍କ ୭୦ ଏକର ଚାଷଜମି ନଷ୍ଟ ହେଉଥିବା ଅଭିଯୋଗ ହେଉଛି। ଆଡ଼ିବନ୍ଧ ଏବଂ ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ ଚାଷୀ ଦାବି କରିଛନ୍ତି। ଆମ ଜଳସେଚିତ ଜମି ବର୍ଷା ହେଲେ ନାଳରେ ପ୍ରବଳ ମାତ୍ରାରେ ପାଣି ଆସି ଘାଇ ସୃଷ୍ଟି ହେଉଛି। ଜମି ନଷ୍ଟ ହୋଇଯାଉଛି ବୋଲି ଚାଷୀ ହଳଧର ନାୟକ, ବିଦ୍ୟାଧର ତନ୍ତି, ସଞ୍ଜୀବ ନାୟକ,ଲୋଚନ ମାଳି, ସୁରେଶ ତନ୍ତି, ପଦୁ ମାଳି ପ୍ରମୁଖ କହିଛନ୍ତି। ବର୍ତ୍ତମାନ ଡୁମୁରିଚୁଆର ପାଣି ମାଡ଼ି ଚାଷୀଙ୍କ ଜମି ନଷ୍ଟ ହେବାରେ ଲାଗିଛି । ଏ ନେଇ ଅନେକ ଥର ପ୍ରଶାସନ ଦୃଷ୍ଟି ଆକର୍ଷଣ କରିଥିଲେ ହେଁ ଚେକ୍‌ ଡ୍ୟାମ୍‌ କିମ୍ବା ଆଡିବନ୍ଧ ନିର୍ମାଣ କରାଯାଉନାହିଁ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି। ସୁନାମୁଣ୍ଡନାଳଠାରୁ ତେନ୍ତୁଳିଗାଡ଼ ନଦୀ ପର୍ଯ୍ୟନ୍ତ ମାତ୍ର ୨ଶହ ମିଟର ଆଡ଼ିବନ୍ଧ ଏବଂ ୩ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ ହେଲେ ଚାଷୀମାନେ ଉପକୃତ ହେବେ ବୋଲି କହିଛନ୍ତି। ତୁରନ୍ତ ଏ ଦିଗରେ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ୫୦୦ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri