କୃଷି ଆଇନକୁ ବିରୋଧ, ଉଲଗୁଲାନ୍‌ ଶପଥ ଯାତ୍ରାରେ ଭୁବନେଶ୍ବର ବାହାରିଲେ ଚାଷୀ

ବରଗଡ଼ ଅଫିସ,୨୮।୨: କେନ୍ଦ୍ରସରକାରଙ୍କ ୩ ନୂଆ କୃଷି ଆଇନ୍‌କୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ବିରୋଧ ଜାରି ରହିଛି। ଏହି କ୍ରମରେ ରବିବାର ବୀର ସୁରେନ୍ଦ୍ର ସାଏଙ୍କ ବଳିଦାନ ଦିବସ ଅବସରରେ ପଶ୍ଚିମ ଓଡ଼ିଶା କୃଷକ ସଂଗଠନ ସମନ୍ବୟ ସମିତିର ନେତୃତ୍ୱରେ ଚାଷୀମାନେ ଭୁବନେଶ୍ବର ଅଭିମୁଖେ ଉଲଗୁଲାନ ଶପଥ ଯାତ୍ରାରେ ବାହାରିଛନ୍ତି। ବରଗଡ଼ ଗାନ୍ଧୀଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଚାଷୀମାନେ ଯାତ୍ରାର ଶୁଭାରମ୍ଭ କରିଥିଲେ । ଚଳିତ ବିଧାନସଭାରେ ଓଡ଼ିଶା ସରକାର କେନ୍ଦ୍ର ସରକାରଙ୍କ ଦ୍ବାରା ସଂସଦରେ ପାରିତ ୩ କୃଷି ଆଇନକୁ ପ୍ରତ୍ୟାଖ୍ୟାନ କରି ରାଜ୍ୟର କୃଷକମାନଙ୍କ ସୁରକ୍ଷା ନିମନ୍ତେ ଆଇନ ପ୍ରଣୟନ କରିବା, କେନ୍ଦ୍ର ଦ୍ବାରା ଘୋଷିତ ସମସ୍ତ କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ଦରକୁ ସୁନିଶ୍ଚିତ କରିବା ପାଇଁ ମଣ୍ଡି ଜରିଆରେ ସଂଗ୍ରହ ବ୍ୟବସ୍ଥା କରିବା, ଏମ୍‌ଏସ୍‌ପିକୁ ଆଇନଗତ ମାନ୍ୟତା ପ୍ରଦାନ, ଏମ୍‌ଏସ୍‌ପିଠାରୁ କମ ଦରରେ କ୍ରୟ କଲେ ଦଣ୍ଡ ବ୍ୟବସ୍ଥା କରିବା, ରାଜ୍ୟର ପ୍ରତି ପଞ୍ଚାୟତ ସ୍ତରରେ ସରକାରୀ ମଣ୍ଡି ବ୍ୟବସ୍ଥାକୁ ସୁଦୃଢ ଓ ବ୍ୟବସ୍ଥିତ କରିବା ଏବଂ ବର୍ତ୍ତମାନ ରାଜ୍ୟର ବିଭିନ୍ନ ମଣ୍ଡିରେ ପଡ଼ି ରହିଥିବା ଧାନକୁ ତୁରନ୍ତ କିଣାଯାଇ ଏମ୍‌ଏସ୍‌ପି ପ୍ରଦାନ ଦାବିରେ ଏହି ଶପଥ ଯାତ୍ରା କରାଯାଉଛି। ଏହି ଦାବିରେ ଆସନ୍ତା ମାର୍ଚ୍ଚ ୨ତାରିଖ ଭୁବନେଶ୍ବର ପିଏମଜି ଛକରେ ବିକ୍ଷୋଭ ସମାବେଶ କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ଓ କୃଷକ ସଂଗଠନ ସମନ୍ବୟ ସମିତିର ଆବାହକ ଲିଙ୍ଗରାଜଙ୍କ ନେତୃତ୍ୱରେ ସୁଶିଲ କୁମାର ସାହୁ, ହର ବଣିଆଙ୍କ ସମେତ ପ୍ରାୟ ୫୦ ଜଣ ବାଇକରେ ଏହି ଯାତ୍ରା କରି ଥିବାବେଳେ ବାଟରେ ସମ୍ବଲପୁର, ରେଢ଼ାଖୋଲ, ଅନୁଗୁଳ ସମେତ ବିଭିନ୍ନ ଅଞ୍ଚଳର ଚାଷୀମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ବୋଲି ଚାଷୀନେତା ଲିଙ୍ଗରାଜ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri