ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ : ୩ ଗୁରୁତର

ମୋରଡା,୬।୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳରେ ମଙ୍ଗଳବାର ପୃଥକ ପୃଥକ ସ୍ଥାନରେ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି l

ମିଳିଥିବା ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନରେ ମୋରଡା ବ୍ଲକ ଅଧୀନ ହଳଦୀପାଳ ପଞ୍ଚାୟତର ଅସ୍ତିଆ ଗ୍ରାମର କାଳିଚରଣ ସୋରେନ(୩୬) ବିଲ ରେ କାମ ସାରି ଘରକୁ ଫେରୁଥିଲେ। ସେତିକିବେଳେ ବଜ୍ରପାତ ଘଟି କାଳିଚରଣ ଗୁରୁତର ହୋଇଥିଲେ। ତାଙ୍କୁ ଉଦ୍ଧାର କରି ବାରମାଇଲସ୍ଥିତ କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l

ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲକୁ ପଠାଯାଇଛି।

ସେହିପରି ବଜ୍ରପାତରେ ଉକ୍ତ ବ୍ଲକ ଅଧୀନ ମାଳିହତା ଗ୍ରାମର ଗଣିଆ ସିଂ, ବାବୁଲା ସିଂ ଓ଼ ପାଞ୍ଚଗୁଛିଆ ଗ୍ରାମର ରଞ୍ଜନ ସିଂ ଗୁରୁତର ହୋଇଛନ୍ତି। ସେମାନଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇିଛି l ସେମାନେ ମଧ୍ୟ ବିଲରେ ଚାଷ କାମ କରୁଥିବା ବେଳେ ବଜ୍ରପାତ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri